ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା ଅର୍ଥାତ୍ ୨ଘଣ୍ଟା ମଧ୍ୟରେ ୧୧ ପ୍ରତିଶତ ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।