ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ଆସିକା, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ହୋଇଥିଲେ। ଏହି ମାମଲାରେ ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଦୂତିକୃଷ୍ଣ ପଣ୍ଡା ଏବଂ ଏସ୍‌. ପ୍ରତାପ ରେଡ୍ଡୀ। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଡିଟୋନେଟର, ଜିଲୋପିନ ଏବଂ ୟୁରିଆ ସାର ଜବତ କରାଯାଇଛି।
ଭେଙ୍କଟରାଇପଲି ପାହାଡ଼ ତଳେ ପଡ଼ିଥିବା ଅଫୁଟା ଡିଟୋନେଟରକୁ ଆଣି ଅଷ୍ଟମ ଶ୍ରେଣୀ ଛାତ୍ର ଚନ୍ଦନ ସ୍ବାଇଁ ଏବଂ ସପ୍ତମ ଶ୍ରେଣୀ ଛାତ୍ର ରାଜା ନାୟକ ବିଦ୍ୟାଳୟ ହତାରେ ମୋବାଇଲ ବ୍ୟାଟେରୀ ସଂଯୋଗକରି ପରୀକ୍ଷା କରୁଥିବା ବେଳେ ତାହା ବିସ୍ଫୋରଣ ଘଟିଥିଲା। ଆହତ ଛାତ୍ରଙ୍କ ବୟାନ ଓ ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ପୋଲିସ ଚଢ଼ାଉକରି ଦୂତିକୃଷ୍ଣ ଏବଂ ଏସ୍‌. ପ୍ରତାପଙ୍କୁ ଗିରଫ କରିଛି। ଏଥିସହ ପାହାଡ଼ରେ ଲୁଚାଇ ରଖାଯାଇଥିବା ବିସ୍ଫୋରକ ସାମଗ୍ରୀକୁ ଜବତ କରିଥିବା ସୋମବାର ଅପରାହ୍ନରେ ଆସିକା ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମୀଳନୀରେ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣୀ ପ୍ରଧାନ ଓ ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି।
ଅପରପକ୍ଷେ ସୋମବାର ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ତହସିଲଦାର ସୁବାଷ ଚନ୍ଦ୍ର ସେଠୀଆ, ଅତିରିକ୍ତ ତହସିଲଦାର, ଆଶୁତୋଷ ଗୌରବ କର ଏବଂ ଆସିକା ଥାନା ଅଧିକାରୀ ପୀତବାସ ଧାରୁଆଙ୍କୁ ନେଇ ଆସିକା ତହସିଲର ଗୁଣ୍ଠପଡ଼ା ରାଜସ୍ବ ସର୍କିଲ ଅଧୀନ ଗୁଣ୍ଠପଡ଼ା, ମନ୍ତପଲ୍ଲୀ ଓ ରାଇପଲ୍ଲୀ ଗ୍ରାମରେ ଥିବା ବିଭିନ୍ନ ପଥର ଖାଦନ ଉପରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ କମ୍ପ୍ରେସରଯୁକ୍ତ ଟ୍ରାକ୍ଟର, ହିଟାଚି ମେଶିନ ଏବଂ ବହୁ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏହି ମାମଲାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ସେହିପରି ଆସିକା ପୋଲିସ ପକ୍ଷରୁ ପଥର ଖାଦନକାରୀଙ୍କୁ ବିସ୍ଫୋରକ ସାମଗ୍ରୀ ଯୋଗାଉଥିବା ଜଣେ ବ୍ୟକ୍ତିଙ୍କ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଚକର ଗ୍ରାମରେ ଚଢ଼ାଉ କରାଯାଇଥିଲା। ପୋଲିସ ସେଠାରୁ ମଧ୍ୟ ବହୁ ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଥିବା ବେଳେ ତାଙ୍କୁ ଗିରଫ ଲାଗି ଉଦ୍ୟମ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri