ଗୋପାଳପୁର,୧୪ା୮: ଗୋଳନ୍ଥରା ଥାନା ପଞ୍ଚମା ଗ୍ରାମରେ ବିଦ୍ୟୁତ୍ ଆଘାତରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ଦାମୋଦର ନାହାକ (୨୪)। ଦାମୋଦର ଉକ୍ତ ଗ୍ରାମର ଭାସ୍କର ପ୍ରଧାନଙ୍କ ଘରକୁ ଫ୍ୟାନ ଲଗାଇବା ପାଇଁ ଯାଇଥିଲେ। ଏହି ସମୟରେ ହଠାତ୍ ବିଦ୍ୟୁତ ସଂସ୍ପର୍ଶରେ ଆସି ସେ ଅଚେତ ହୋଇ ତଳେ ପଡ଼ି ଯାଇଥିଲେ। ପରିବାର ଲୋକ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ନଂ. ୧୮/୧୯ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।