ବିରୋଧୀଦଳ ନେତାଙ୍କ ବୋର୍ଡା ଅଞ୍ଚଳ ଗସ୍ତ

ଭବାନୀପାଟଣା,୨୧।୯(ଡି.ଏନ.ଏ.)
ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବୋର୍ଡା ଅଞ୍ଚଳ ଗସ୍ତ କରିଛନ୍ତି। ସେ ଗୁରୁଜୁଙ୍ଗ ପଞ୍ଚାୟତ ବାଲିପଦର ଗାଁରେ ଦେଖାଦେଇ ଥିବା ପାନୀୟ ଜଳ ସମସୟା, ଗୁରୁଜୁଙ୍ଗ ଗାଁରେ ବିଜୁଳି ସମସ୍ୟା ସମାଧାନ ସହ ଏକ ନୂତନ ପୋଖରୀ ଖୋଳାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରେ କର୍ଲାପିଟା, ଡୁଙ୍ଗାପଖାନ, ଖୋଲପାଲା ଗାଁ ବୁଲିବା ସହ ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଗସ୍ତ କାର୍ଯ୍ୟକ୍ରମରେ ମଣ୍ଡଳ ସଭାପତି ଜୟରାମ ଗହିର, ଯୁବମୋର୍ଚ୍ଚା ଜିଲା ଉପସଭାପତି ବିଭିଶଣ ସାହୁ, ବରିଷ୍ଠ ନେତା ଆଶିଷ ସାହୁ, ଗୁରୁଜୁଙ୍ଗ ସରପଞ୍ଚ ରିନା ସାହୁ, କିଶୋର ଚନ୍ଦ୍ର ମିଶ୍ର, ଆଦିବାସୀ ନେତା ସାଗର ମାଝି, ରାଘବ ଛତ୍ରିଆ, ନିଳାଞ୍ଚଳ ସାହୁ, ଅଶ୍ୱିନୀ ପ୍ରଧାନ, ଟଙ୍କଧର ଭାଟ୍ଟୀ, ସମ୍ପାଦକ ଭିଖ୍ୟ ସେନାପତି, ଭଞ୍ଜକିଶୋର ପ୍ରଧାନ, ଅଶ୍ୱିନ ଭୋଇ, ଏସସି ମୋର୍ଚ୍ଚା ଜିଲା ସମ୍ପାଦକ କୋଦଣ୍ଡ ମହାନନ୍ଦ, ବଡମଣ୍ଟୁ ନାଏକ, ଗୁଣନିଧି ବେହେରା ଓ ସତ୍ୟନାରାୟଣ ଗହିରଙ୍କ ସମେତ ବହୁ କର୍ମକର୍ତ୍ତା ସାମିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri