ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ

ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏଥିରେ ଆଦିବାସୀଙ୍କର ଜମି, ଜଳ, ଜଙ୍ଗଲ, ଭାଷା ଓ ସଂସ୍କୃତିର ସୁରକ୍ଷା ଉପରେ ଆଲୋଚନା କରାଯାଇଥିଲା। ଏଥିସହ ଆଦିବାସୀମାନେ ଶିକ୍ଷା ପ୍ରତି ଧ୍ୟାନ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ବ୍ରଜକିଶୋର ସିଂଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ରାଜ୍ୟ କାର୍ଯ୍ୟକାରୀ ସଭାପତି ଜିତୁ ଜାରେସିକା ମୁଖ୍ୟଅତିଥିଭାବେ ଯୋଗଦେଇଥିଲେ। ଜାରେସିକା ତାଙ୍କ ବକ୍ତବ୍ୟରେ ଆଦିବାସୀମାନଙ୍କର ବିକାଶ, ନିଜର ନ୍ୟାର୍ଯ୍ୟ ଦାବି ହାସଲ, ଶିକ୍ଷାର ଉନ୍ନତୀକରଣ ଉପରେ ଯୋର ଦେଇଥିଲେ। ପୃଥିବୀର ୯୦ଟି ଦେଶର ୪୦ କୋଟିରୁ ଉର୍ଦ୍ଧ୍ୱ ଆଦିବାସୀ ୭ ହଜାର ଭାଷା ବ୍ୟବହାର କରୁଥିବା ବେଳେ ୫ ହଜାର ସଂସ୍କୃତି ସହ ଜଡିତ ଅଛନ୍ତି । ତେଣୁ ସମଗ୍ର ଆଦିବାସୀ ନିଜ ସମ୍ପ୍ରଦାୟର ମାତୃଭାଷା, ସାହିତ୍ୟ, ପାଣ୍ଡୁଲିପି, ସଂସ୍କୃତିର ସୁରକ୍ଷା ପାଇଁ ପ୍ରୟାସ ଜାରି ରଖିବା ପାଇଁ ସେ ଆହ୍ବାନ ଦେଇଥିଲେ। ସମ୍ମାନୀତ ଅତିଥିଭାବେ ମହାସଚିବ ନିରଞ୍ଜନ ବିଶି, ରାଜ୍ୟ ଉପସଭାପତି ପରମାନନ୍ଦ ମାଝୀ, ସାଧାରଣ ସମ୍ପାଦକ ବାଳକୃଷ୍ଣ ଶବର, ଉପାଧ୍ୟକ୍ଷ ଯୋଗେନ୍ଦ୍ର ଭୋଇ, ଉପଦେଷ୍ଟା ସତ୍ୟନାରାୟଣ ଭୋଇ, ଶରତ ଚନ୍ଦ୍ର ସିଂଭୋଇ, ହେମ୍ରମ ହଂସଦା, ସୁରେଶ ଭୋଇ, ସରପଞ୍ଚ ମିଥିଲା ମାଝୀ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ରାୟଗଡାରୁ ଆସିଥିବା ଗୁରକା ଲୋକନୃତ୍ୟ, ନୟମଗିର ଡଙ୍ଗରିଆ କନ୍ଧଙ୍କ ଦ୍ୱାରା ଢାପ ନୃତ୍ୟ ପରିବେଷଣ କରାଯାଇଥିଲା । ପ୍ରଥମଥର ପାଇଁ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ମାତୃଭାଷା ଓ ସୁରକ୍ଷା ଦିବସ ସମାରୋହରେ ରାଜ୍ୟର ୯ଟି ଜିଲାର ଆଦିବାସୀମାନେ ଯୋଗଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଡଙ୍ଗା ଭସାଇ…

ବଲାଙ୍ଗୀର,୧୫ା୧୧(ସୁନୀଲ କୁମାର ମହାନ୍ତି): ପାଞ୍ଚଦିନ ଧରି ପବିତ୍ର ପଞ୍ଚକ ପାଳିତ ହେବା ପରେ ଶୁକ୍ରବାର ଉତ୍ସାହର ସହ କାର୍ତ୍ତିକ ପୂର୍ଣ୍ଣିମା ପାଳିତ ହୋଇଛି। ଏହି ଅବସରରେ...

ରାଜ ପରିବାର: ଭାଇ-ଭାଇ ପତିଆରା କଳି

ବଲାଙ୍ଗୀର,୧୫ା୧୧(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନ ପରେ ବଲାଙ୍ଗୀରରେ ନୂଆ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। ୨୪ ବର୍ଷର ନବୀନ ସରକାରର ପତନ ପରେ ବିଜେଡି ନେତାଙ୍କ...

ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…

କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା  ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ  ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ...

ରେଳଯାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସମୟୋଚିତ ପଦକ୍ଷେପ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର ବଲାଙ୍ଗୀର ରେଳ ଷ୍ଟେଶନଠାରେ ପୂର୍ଣ୍ଣାଙ୍ଗ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା।...

ମହିଳାଙ୍କ ନଗ୍ନ ଭିଡିଓ ଭାଇରାଲ କରି ବନ୍ଧାହେଲେ ଯୋଗାଣ ସହାୟକ

ବଲାଙ୍ଗୀର,୧୧ା୧୧(ସୁନୀଲ କୁମାର ମହାନ୍ତି): ଜଣେ ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ନଗ୍ନ ଭିଡିଓ ଭାଇରାଲ କରି ଫେରାର ଥିବା ଯୋଗାଣ ସହାୟକଙ୍କୁ ବଲାଙ୍ଗୀର ପୋଲିସ ଛତିଶଗଡ଼ରୁ ଗିରଫ...

ହଠାତ୍‌ ହୁ ହୁ ହୋଇ ଜଳିଲା ବୋରୱେଲ ଗାଡି

ବଲାଙ୍ଗୀର, ୮।୧୧: (ସୁନିଲ କୁମାର ମହାନ୍ତି): ଗାତ ଖୋଳୁଥିବା ବେଳେ ହୁ ହୁ ହୋଇ ଜଳିଲା ବୋରଓ୍ବେଲ ଗାଡ଼ି। ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା କର୍ଲାମାଲ...

ବ୍ୟାଙ୍କ କର୍ମଚାରୀଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଣ୍ଟାବାଞ୍ଜି,୮ା୧୧: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବାବେଳେ ୨ରୁ ଅଧିକ ଦୁର୍ବୃତ୍ତ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri