କୃଷ୍ଣପ୍ରସାଦ, ୨୮ା୩(ନି.ପ୍ର.): କରୋନା ପାଇଁ ସାରା ଦେଶରେ ଲକ୍ଡାଉନ। ଗାଡ଼ିମୋଟର, ଟ୍ରେନ ସବୁ ବନ୍ଦ। ଏଭଳି ସ୍ଥିତିରେ ବେଙ୍ଗାଲୁରୁରେ ଫସିରହିଛନ୍ତି ପୁରୀ ଜିଲା କୃଷ୍ଣପ୍ରସାଦର ୩୫ଜଣ ଶ୍ରମିକ। ସେମାନେ ୩ ଦିନ ଧରି ଭୋକ ଉପବାସରେ ଦିନ କାଟୁଛନ୍ତି। ବେଙ୍ଗାଲୁରୁର ସୋଲାରପୁରିଆ ନାମକ ଏକ କନଷ୍ଟ୍ରକଶନ କମ୍ପାନୀରେ ୪ମାସ ହେଲା କାର୍ଯ୍ୟ କରୁଥିଲେ। କରୋନା ଆତଙ୍କ ପରେ କମ୍ପାନୀ ବନ୍ଦ ହୋଇଯାଇଛି। ସେମାନେ ୨ମାସର ଦରମା ପାଇ ନ ଥିବା ବେଳେ ଘରକୁ ଫେରିବା ପାଇଁ ଚାହିଁଲେ ବି ଚାରିଆଡେ ବନ୍ଦ ଯୋଗୁ ଓଡ଼ିିଶା ଆସିପାରୁନାହାନ୍ତି। କିଛି ଖାଇବା ପାଇଁ ମିଳୁନାହିଁ। ବାହାରକୁ ବାହାରିଲେ ପୋଲିସ ମାଡ ମାରୁଛି। ତେଣୁ ସେମାନେ ଫେସବୁକରେ ଭିଡିଓ ମାଧ୍ୟମରେ ନିଜର ଦୁଃଖ ଦୁର୍ଦ୍ଦଶା ବଖାଣିବା ସହ ଓଡ଼ିଶା ଫେରାଇଆଣିବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ କରିଛନ୍ତି।
ବେଙ୍ଗାଲୁରୁରେ ଫସିଛନ୍ତି ୩୫ ଶ୍ରମିକ: ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ସରକାରଙ୍କୁ ନିବେଦନ
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ View All
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ
ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...
Archives


