Posted inଜାତୀୟ

ବୈବାହିକ ବଳାତ୍କାର ବିରୋଧରେ ଆଇନ ଆଣିବାକୁ ଆବେଦନ: ହସ୍ତକ୍ଷେପ ଲାଗି ସୁପ୍ରିମକୋର୍ଟ ମନାକଲେ

ନୂଆଦିଲ୍ଲୀ,୨ା୭: ସ୍ତ୍ରୀଙ୍କ ଇଚ୍ଛା ବିରୋଧରେ ଯୌନସମ୍ପର୍କ ରଖିବା (ବୈବାହିକ ବଳାତ୍କାର)କୁ ଛାଡ଼ପତ୍ରର କାରଣ ଭାବେ ଗ୍ରହଣ କରିବା ଲାଗି ଆଇନ ଆଣିବା ଏବଂ ଏଭଳି ଘଟଣାରେ ଏତଲା ଦାଏର ଲାଗି ଗାଇଡଲାଇନ୍ସ ସ୍ପଷ୍ଟ କରିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ହୋଇଥିବା ଆବେଦନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଅନୁରୂପ ମାମଲା ଦିଲ୍ଲୀ ହାଇକୋର୍ଟରେ ବିଚାରାଧୀନ ଥିବାରୁ ସେଠାରେ ଆବେଦନ କରିବା ନିମନ୍ତେ ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ପିଟିଶନର ଆଇନଜୀବୀ ଅନୁଜା କପୁରଙ୍କୁ କହିଛନ୍ତି।
ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଖଣ୍ଡପୀଠରେ ମଧ୍ୟ ସୋମବାର ଏହିଭଳି ଏକ ବୈବାହିକ ମାମଲା ଆସିଥିଲା। ବିବାହ ବନ୍ଧନରେ ଆବଦ୍ଧ ହୋଇ ୭ ବର୍ଷ ବୈବାହିକ ଜୀବନ ବିତାଇବା ପରେ ସେମାନେ ପରସ୍ପରକୁ ଛାଡପତ୍ର ଦେଇଛନ୍ତି। ଏହା ପରେ ମହିଳା ଜଣକ ତାଙ୍କ ସ୍ବାମୀଙ୍କ ବିରୋଧରେ ଆଇପିସିର ଧାରା ୩୭୬ରେ ଅଭିଯୋଗ ଆଣିଛନ୍ତି।
ବୈବାହିକ ବଳାତ୍କାର ରୋକିବା ପାଇଁ କୌଣସି ଆଇନ ନାହିଁ। ଏହା ସତ୍ତ୍ୱେ ମହିଳାଙ୍କ ମର୍ଯ୍ୟାଦା ରକ୍ଷା ହେବା ଆବଶ୍ୟକ। ସେଥିପାଇଁ ସୁପ୍ରିମକୋର୍ଟ ସମସ୍ତଙ୍କ କଲ୍ୟାଣ ଓ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରତିପକ୍ଷଙ୍କୁ ଉପଯୁକ୍ତ ନିର୍ଦ୍ଦେଶ ଦେବା ଉଚିତ। ସର୍ବୋଚ୍ଚ ଅଦାଲତ ଆବେଦନର ଶୁଣାଣି କରି ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ପିଟିଶନର ଯୁକ୍ତି ବାଢ଼ିଥିଲେ। ବୈବାହିକ ଜୀବନରେ ବଳାତ୍କାର ରୋକିବା ସମୟର ଆବଶ୍ୟକତା ବୋଲି ସେ କହିଥିଲେ। କାରଣ ଏହା ମଧ୍ୟ ମୌଳିକ ତଥା ଆଇନଗତ ଅଧିକାରର ଉଲ୍ଲଂଘନ ବୋଲି ଭାବିବା ନିମନ୍ତେ ମହିଳାମାନଙ୍କ ପାଇଁ ସମୟ ଆସିଛି ବୋଲି ଆବେଦନକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri