ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ଜିଲା ଦୌରାଜଜ୍ଙ୍କ ଅଦାଲତରେ ମଙ୍ଗଳବାର ବିଦାବନ୍ଧ ଗ୍ରାମର ବୈଷ୍ଣବ ରାଉତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ଦେବନ ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୮ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ହଜାର ଟଙ୍କା ଜରିମାନା ଏବଂ ଅନାଦାୟେ ଅଧିକ ବର୍ଷେ ଜେଲ୍ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସିକ୍ୟୁଟର ଗଣେଶ କୁମାର ବେହେରା ମାମଲା ପରିଚାଳନା କରିଥିଲେ।
୨୦୧୫ ଏପ୍ରିଲ ୯ରେ ବୈଷ୍ଣବ ନିଜ ଆମ୍ବ ତୋଟାରେ କୁଡ଼ିଆ କରି ଜଗିଥିଲେ। ଏହି ସମୟରେ ହଳଦୀବାଡ଼ି ଗ୍ରାମର ଦେବନ ନିଶାସକ୍ତ ଅବସ୍ଥାରେ ଆସି ପାଟିତୁଣ୍ଡ କରିଥିଲେ। ଘଟଣା ଧୀରେ ଧୀରେ ଉଗ୍ରରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଦେବନ ଏକ କୁରାଢ଼ିରେ ବୈଷ୍ଣବଙ୍କୁ ହାଣି ପକାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଗ୍ରାମବାସୀ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ବୈଷ୍ଣବଙ୍କ ଭାଇ ଶ୍ରୀନିବାସଙ୍କ ଅଭିଯୋଗକୁ ଭିତ୍ତିକରି ସଦର ଥାନାରେ ନଂ. ୧୩୮/୧୫, ଦଫା ୩୦୨ରେ ମାମଲା ରୁଜୁ ହୋଇଥିଲା। ୧୪ଜଣ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଆଧାରରେ କୋର୍ଟ ଏହି ରାୟ ଶୁଣାଇଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ
ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା
ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା
ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ବୁଲାଣି ରାସ୍ତାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…
ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଞ୍ଜାମ ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର
ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

ଚାଷୀଙ୍କ ଚିନ୍ତା ବଢ଼ାଇଲାଣି ଚକଡ଼ା ରୋଗ: ଧାନ ଫସଲରେ ବ୍ୟାପିବା ଆରମ୍ଭ
ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ)- ରାଜ୍ୟର ବରଗଡ଼ ଜିଲାରେ ଅଧିକ ଧାନଚାଷ ହୋଇଥାଏ। କିନ୍ତୁ ଏଠାରେ ଚାଷକୁ ନେଇ ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧାନଚାଷ କରି...