ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର ଏସ୍ପିଙ୍କୁ ନେଇ ବୈଠକ କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା ସହିତ ମାଓବାଦୀ ଗତିବିଧି, ଅପରାଧ ସ୍ଥିତି ଓ ମୋ’ ସରକାର କାର୍ଯ୍ୟକ୍ରମ ଅନ୍ତର୍ଗତ ୫ଟିର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ। ସେହିପରି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ମାଓବାଦୀ ମୁକାବିଲା, ଗୋଇନ୍ଦା ସଂସ୍ଥା କାର୍ଯ୍ୟକାରିତାକୁ ନେଇ ଡିଜିପି ଅଭୟ ଆଲୋଚନା କରିଥିଲେ। ଅନ୍ୟପଟେ ବିଭିନ୍ନ ଥାନାରେ ରୁଜୁ ହୋଇଥିବା ମାମଲାଗୁଡିକର ଠିକ୍ ତଦନ୍ତ କରିବା ସହିତ ଦଣ୍ଡବିଧାନ କିପରି ବୃଦ୍ଧି କରାଯିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ବିଶେଷକରି କନ୍ଧମାଳ ଓ ଗଜପତି ଜିଲାରେ ମାଓବାଦୀ ଗତିବିଧି ନିୟନ୍ତ୍ରଣ ଉପରେ ମଧ୍ୟ ସମୀକ୍ଷା କରାଯାଇଥିଲା। ଏଥିରେ ଏଡିଜେ (ଗୋଇନ୍ଦା) ରାଧାକୃଷ୍ଣ ଶର୍ମା, ଡ଼ିଆଇଜି ସ୍ପେସାଲ ଟାସ୍କ ଫୋର୍ସ (ଏସ୍ଟିଏଫ) ଜୟନାରାୟଣ ପଙ୍କଜ, ଡିଆଇଜି ସ୍ପେସାଲ ଇଣ୍ଟିଲିଜେନ୍ସି(ଏସ୍ଆଇଡବ୍ଲ୍ୟୁ) ଅନିରୁଦ୍ଧ ସିଂ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର, ଗଞ୍ଜାମ ଏସ୍ପି ବ୍ରିଜେଶ ରାୟ, ଗଜପତି ଏସ୍ପି ସାରା ଶର୍ମା, ବୌଦ୍ଧ ଏସ୍ପି ଭି.ରଘୁନାଥ ରାଓ ଓ ଏଏସ୍ପି ପ୍ରୋବେଶନ ଅଭିଳାଷ ଜି. ପ୍ରମୁଖ ଉପସ୍ଥିତ ଥିଲେ।
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...
ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା
ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...
ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର
ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...
ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା
ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି...
ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…
ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି...
Archives


