ଭିଡିଓକନ ଋଣ ମାମଲା;ଚନ୍ଦାଙ୍କୁ ନୋଟିସ

ନୂଆଦିଲ୍ଲୀ,୮-୬: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୧୮୭୫ କୋଟି ଟଙ୍କାର ଭିଡିଓକନ ଋଣ ମାମଲାରେ ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ଏମ୍‌ଡି ତଥା ସିଇଓ ଚନ୍ଦା କୋଚ୍ଚରଙ୍କୁ ପୁନର୍ବାର ଜେରା କରିବ। ଆସନ୍ତା ୧୦ରେ ହାଜର ହେବାକୁ ତାଙ୍କୁ ନୋଟିସ ଜାରି କରାଯାଇଛି। ଜଣେ ଅଧିକାରୀ କହିଛନ୍ତି ଯେ, ଚନ୍ଦାଙ୍କୁ ମଧ୍ୟ ଦିଲ୍ଲୀସ୍ଥିତ ଜାମନଗର କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେ ଏହି ମାମଲାରେ ଗୁରୁବାର ହାଜର ହେବାର ଥିଲା। ତେବେ ଚନ୍ଦା ସ୍ବାସ୍ଥ୍ୟଗତ ତଥା ବ୍ୟକ୍ତିଗତ କାରଣ ଦର୍ଶାଇ ଆଉ କିଛି ଦିନ ପାଇଁ ସମୟ ମାଗିଛନ୍ତି। ଭିଡିଓକନ ଗ୍ରୁପ୍‌କୁ ଦିଆଯାଇଥିବା ଋଣକୁ ନେଇ ହୋଇଥିବା ମୂଲଚାଲକୁ ସ୍ପଷ୍ଟ କରିବା ଲାଗି ଇଡି ପକ୍ଷରୁ ଆଇସିଆଇସିଆଇ ବ୍ୟାଙ୍କର ଆହୁରି କିଛି ବରିଷ୍ଠ ଅଧିକାରୀଙ୍କୁ ହାଜର ହେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷରେ ଉକ୍ତ ମାମଲାରେ ଜଡ଼ିତ ଚନ୍ଦାଙ୍କ ଦିଅର ତଥା ଦୀପକ କୋଚ୍ଚରଙ୍କ ଭାଇ ରାଜୀବ କୋଚ୍ଚରଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ ନୋଟିସକୁ କୋର୍ଟ ହଟାଇ ଦେଇଛନ୍ତି। ତାଙ୍କୁ ବିଦେଶ ଯିବାକୁ କୋର୍ଟ ସର୍ତ୍ତର ସହ ଅନୁମତି ଦେଇଛନ୍ତି। ଅଦାଲତ ରାଜୀବଙ୍କୁ ସିଙ୍ଗାପୁର ଯିବାକୁ ଅନୁମତି ଦେଇଥିଲେ ହେଁ ସେଠାକାର ଠିକଣା ଏବଂ ସମ୍ପୂର୍ଣ୍ଣ ବିବରଣୀ ଇଡିଙ୍କୁ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସିଙ୍ଗାପୁରରେ ଥିବା ବେଳେ ସେ କୌଣସି ସମ୍ପତ୍ତି ବିକ୍ରି କରିପାରିବେ ନାହିଁ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri