ଭୂକମ୍ପର ତୀବ୍ର ଝଟକାରେ ଥରିଲା ପିଓକେ: ବ୍ୟାପକ କ୍ଷୟକ୍ଷତି, ୫ ମୃତ, ୫୦ ଆହତ

ନୂଆଦିଲ୍ଲୀ/ ଇସ୍‌ଲାମାବାଦ, ୨୪।୯:  ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରହିଛି। ସେହିପରି ପାକିସ୍ତାନର ଇସ୍‌ଲାମାବାଦ, ପେଶାଓ୍ବର, ରାଓ୍ବଲପିଣ୍ଡି ଓ ଲାହୋର ସମେତ ବହୁ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ପାକିସ୍ତାନର ଲାହୋର ଅଞ୍ଚଳରୁ ୧୭୩ କିଲୋମିଟର ଦୂର ଜାଟଲାନ ଅଞ୍ଚଳରେ ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି। ଏହା ନିକଟରେ ମିରପୁର ସହର ରହିଥିବାରୁ ସେଠାରେ କେତେକ ଘରଦ୍ୱାର ଭୁଶୁଡ଼ିପଡ଼ିଛି। ସେହିପରି ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ଭୂକମ୍ପ ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ଏଥିରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ସେଠାକାର ରାସ୍ତା ଫାଟି ଯାଇଥିବା ବେଳେ କିଛି ଗାଡ଼ିମଟର ଓଲଟିପଡ଼ିଛି। ଭଗ୍ନାବଶେଷ ତଳେ କେତେଜଣ ଲୋକ ଫସିରହିଥିବାରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri