ମନ୍ଦିରରେ ଜଳାଭିଷେକକୁ ବିରୋଧ, ଉତ୍ତେଜନା

ଜଳେଶ୍ୱର, ୩୦ା୭ (ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ନାମ୍ପୋ ଗ୍ରାମସ୍ଥିତ ଶ୍ରୀ ତ୍ରିଲୋଚନେଶ୍ୱରଙ୍କ ଶିବ ମନ୍ଦିରରେ ଜଳାଭିଷେକ ଲାଗି ସୋମବାର ଭୋର ସମୟରେ କେତେକ କାଉଁଡ଼ିଆ ଆସି ପହଞ୍ଚିଥିଲେ। ସେଠାରେ ସେବାୟତ ଓ ଭକ୍ତଙ୍କ ମଧ୍ୟରେ ବାଦବିବାଦ ଲାଗି ଉତ୍ତେଜନା ପ୍ରକାଶ ପାଇଥିଲା। ବ୍ୟକ୍ତିଗତ ମାଲିକାନାରେ ଥିବା ମନ୍ଦିରରେ ଜଳାଭିଷେକ କରିବା ପ୍ରଥା ନାହିଁ ବୋଲି ସେବାୟତ ସୁଶୀଲ କୁମାର ପତି ଓ ରାମକୃଷ୍ଣ ପତି କାଉଁଡ଼ିଆଙ୍କୁ କହି ମନ୍ଦିରରେ ତାଲା ପକାଇ ଦେଇଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା ଖବର ପାଇ ଜଳେଶ୍ୱର ଥାନା ଆଇଆଇସି ପ୍ରଦୀପ କୁମାର ମାଝୀ, ଏଏସଆଇ ସତ୍ୟନାରାୟଣ ବଳ ସଦଳବଳେ ସେଠାରେ ପହଞ୍ଚିଥିଲେ। ଶତାଧିକ ଗ୍ରାମବାସୀଙ୍କ ଉପସ୍ଥିତିରେ ସେବାୟତଙ୍କ ସହିତ ଆଲୋଚନା ପରେ କାଉଁଡ଼ିଆଙ୍କୁ ଦିନକ ଲାଗି ଜଳାଭିଷେକ କରିବା ସକାଶେ ଅନୁମତି ଦିଆଯାଇଥିଲା। ଏହାର ସ୍ଥାୟୀ ସମାଧାନ ନିମନ୍ତେ ମଙ୍ଗଳବାର ଗ୍ରାମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ନିଷ୍ପତ୍ତି ନିଆଯାଇଥିବା ଆଇଆଇସି ପ୍ରକାଶ କରିଛନ୍ତି। ଉଲ୍ଲେଖନୀୟ ଯେ, ଆଜକୁ ବହୁ ବର୍ଷ ପୂର୍ବେ ଜଣେ ଜମିଦାର ଏହି ଶିବ ମନ୍ଦିର ପ୍ରତିଷ୍ଠା କରିଥିଲେ। ମନ୍ଦିରରେ ସେବାପୂଜା କରି ଏହାର ରକ୍ଷଣାବେକ୍ଷଣ କରିବା ସକାଶେ ମନ୍ଦିର ନାମରେ ଥିବା ଧନସମ୍ପତ୍ତିକୁ ସେବାୟତଙ୍କ ଜିମାରେ ଦିଆଯାଇଥିଲା। ଚଡ଼କ ପର୍ବଠାରୁ ଆରମ୍ଭକରି ବିଭିନ୍ନ ପର୍ବପର୍ବାଣି ସମୟରେ ମନ୍ଦିରରେ ଏଭଳି ବିବାଦୀୟ ସ୍ଥିତି ସୃଷ୍ଟି ହେଉଥିବାରୁ ଏହାର ସ୍ଥାୟୀ ପ୍ରତିକାର ଲାଗି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା...

ଧରାପଡ଼ିଲେ ରସୁଲଗଡ଼ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼...

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି...

ଏକୁଟିଆ ପାଇ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଏଏସ୍‌ଆଇ ଗିରଫ

ଭୁବନେଶ୍ୱର,୮।୧: ଏକ ଲଜ୍ଜାଜନକ ଘଟଣାରେ ରେଳବାଇ ସୁରକ୍ଷା ବଳ (ଆରପିଏଫ) ର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ଭୁବନେଶ୍ୱରରେ ସାହାଯ୍ୟ କରିବା ବାହାନା କରି ଜଣେ ଯୁବତୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri