Posted inଖେଳ

ମହିଳା ହକି ଦଳର ନ୍ୟୁଜିଲାଣ୍ଡ ଟୁର୍‌: ବିଜୟ ସହ ଅଭିଯାନ ଶେଷ କଲା ଭାରତ

ଅକ୍‌ଲାଣ୍ଡ, ୬।୨- ଭାରତୀୟ ମହିଳା ହକି ଦଳ ବିଜୟ ସହ ଏହାର ନ୍ୟୁଜିଲାଣ୍ଡ ଟୁର୍‌ ଶେଷ କରିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ଭ୍ରମଣକାରୀ ଦଳ ନ୍ୟୁଜିଲାଣ୍ଡକୁ ୩-୦ ଗୋଲରେ ପରାସ୍ତ କରିଛି। ଭାରତ ପକ୍ଷରୁ ନଭନୀତ କୌର ୨ଟି ଓ ଶର୍ମିଳା ଗୋଟିଏ ଗୋଲ ସ୍କୋର କରିଛନ୍ତି। ଏହି ଟୁର୍‌ର ପ୍ରଥମ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡର ଯୁବ ଦଳକୁ ୪-୦ ଗୋଲରେ ପରାସ୍ତ କରିଥିଲା। ମାତ୍ର ପରବର୍ତ୍ତୀ ୨ଟି ମ୍ୟାଚରେ ନ୍ୟୁଜିଲାଣ୍ଡ ଜାତୀୟ ଦଳଠାରୁ ଯଥାକ୍ରମେ ୧-୨, ଓ ୦-୧ ଗୋଲରେ ପରାଜିତ ହୋଇଥିଲା। ୪ର୍ଥ ମ୍ୟାଚରେ ଅଧିନାୟିକା ରାଣୀଙ୍କ ଗୋଲ ବଳରେ ଭାରତ ୧-୦ ଗୋଲରେ ଗ୍ରେଟ୍‌ ବ୍ରିଟେନକୁ ହରାଇଥିବାବେଳେ ଶେଷ ମ୍ୟାଚରେ ନ୍ୟୁଜିଲାଣ୍ଡ ଜାତୀୟ ଦଳକୁ ହରାଇ ମନୋବଳ ଦୃଢ଼ କରିଛି।
ପୂରା ସିରିଜରେ ଭାରତୀୟ ଦଳ ଚାପକୁ ଭଲଭାବେ ହାତେଇବା ସହ ଶୃଙ୍ଖଳିତ ପ୍ରଦର୍ଶନ କରିଥିଲା। ମ୍ୟାଚଟି ପ୍ରଥମାର୍ଦ୍ଧ ପର୍ଯ୍ୟନ୍ତ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। କେହି କାହାରିକୁ ଗୋଲ ଦେଇପାରି ନ ଥିଲେ। ତେବେ ଦ୍ୱିତୀୟାର୍ଦ୍ଧରେ ଭାରତୀୟ ଦଳ ପ୍ରଭାବୀ ପ୍ରଦର୍ଶନ କରିଥିଲା। ୪୫ତମ ମିନିଟରେ ନଭନୀତ ଗୋଲ ଦେଇ ଭାରତକୁ ଅଗ୍ରଣୀ କରାଇଥିଲେ। ନ୍ୟୁଜିଲାଣ୍ଡ ଗୋଲ ପରିଶୋଧ ଚକ୍କରରେ ଥିବାବେଳେ ୫୪ତମ ମିନିଟରେ ଶର୍ମିଳା ଏହାକୁ ୨-୦ରେ ପରିଣତ କରିଥିଲେ। ମ୍ୟାଚ ଶେଷହେବାର ୨ ମିନିଟ ପୂର୍ବରୁ ଅର୍ଥାତ୍‌ ୫୮ତମ ମିନିଟରେ ନଭନୀତ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇ ଭାରତର ବିଜୟକୁ ଏକପ୍ରକାର ନିଶ୍ଚିତ କରିଦେଇଥିଲେ। ଶେଷ ୨ ମିନିଟରେ ନ୍ୟୁଜିଲାଣ୍ଡ ଆକ୍ରମଣାତ୍ମକ ଖେଳିଥିଲେ ହେଁ ଭାରତୀୟ ଡିଫେନ୍ସ ବିଭାଗ ସଫଳତାର ସହ ତାହାକୁ ପ୍ରତିହତ କରିଥିଲା। ”ଭାରତୀୟ ଦଳ ସଫଳତାର ସହ ନ୍ୟୁଜିଲାଣ୍ଡ ଟୁର୍‌ ଶେଷ କରିଥିବାରୁ ମୁଁ ବହୁତ ଖୁସୀ। ବିଶେଷକରି ଶେଷ ମ୍ୟାଚରେ ୩ ଗୋଲ ମୋତେ ଆନନ୍ଦିତ କରିଛି। କେଉଁ ବିଭାଗରେ ଆମର ଦୁର୍ବଳତା ଅଛି ତାହା ଏହି ସିରିଜରୁ ଜଣାପଡ଼ିଛି। ଆମେ ତାକୁ ଧ୍ୟାନରେ ରଖି ଅଭ୍ୟାସ କରିବୁ“ ବୋଲି କୋଚ୍‌ ଜୋର୍ଡ ମାରିଜନେ ପ୍ରକାଶ କରିଛନ୍ତି। ଭାରତୀୟ ଦଳ ଶୁକ୍ରବାର ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri