ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ : ପ୍ରଶାସନ ପକ୍ଷରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ସରକାରୀ ବସ୍‌ ଚଳାଚଳ ବନ୍ଦ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ ବସ୍‌ ଚଳାଚଳକୁ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଦେଇଥିବା ଜଣାପଡ଼ିଛି । ଦାରିଙ୍ଗବାଡ଼ିଠାରୁ ଭଞ୍ଜନଗର, ବ୍ରାହ୍ମଣୀଗାଁ, କାଟିଙ୍ଗିଆ, ହାତିମୁଣ୍ଡାଠାରୁ ଫୁଲବାଣୀକୁ ବସ୍‌ ଚଳାଚଳ ବନ୍ଦ ରହିଛି। ଜାତୀୟ ସମ୍ପତ୍ତି ଏବଂ ଧନ ଜୀବନର ସୁରକ୍ଷା ଦୃଷ୍ଟିରୁ ଏହି ବନ୍ଦ କରାଯାଇଥିବା କୁହାଯାଇଛି। ତେବେ ଅଞ୍ଚଳରେ କୌଣସି ସ୍ଥାନରେ ମାଓବାଦୀଙ୍କ ପକ୍ଷରୁ ପୋଷ୍ଟର ଲାଗି ନ ଥିବାରୁ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ରହିଥିବା ପୋଲିସ ଆଶଙ୍କା କରିଛି। ସେପଟେ ପୋଲିସ ପକ୍ଷରୁ ଦିନରାତି ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ସହ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଯାନବାହନ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଗତବର୍ଷ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ ବେଳେ ପୋଲିସ ପକ୍ଷରୁ ଜନସଚେତନତା ପାଇଁ ମାଓବାଦୀଙ୍କ କାର୍ଯ୍ୟକଳାପ ବେଆଇନ ଭାବେ ଦର୍ଶାଯାଇ ମାଓପୋଷ୍ଟର ଛପାଯାଇଥିବା ବେଳେ ଚଳିତଥର ମାଓବାଦୀ କିମ୍ବା ପୋଲିସ ପକ୍ଷରୁ ପୋଷ୍ଟର ୱାର ହୋଇନଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ ଯେ, ୨୦୧୭ ସେପ୍ଟେମ୍ବର ୨୧ରେ ମାଓବାଦୀଙ୍କ ପକ୍ଷରୁ ପୋଷ୍ଟର ଉକ୍ତ ଥାନା ବୁଡାଗୁଡ଼ା ଛକରେ ଲଗାଯାଇ ନିଜ ଉପସ୍ଥିତି ଜାହିର କରିଥିବା ବେଳେ ପକାଲଡାମି ଘାଟିରେ ଚଳିତବର୍ଷ ଜାନୁଆରୀ ୩୧ରେ ଭାରତ ବନ୍ଦ ଡାକରାକୁ ସଫଳ କରିବାକୁ ଓଡ଼ିଶା ରାଜ୍ୟ କମିଟି ସିପିଆଇ ମାଓବାଦୀ ପକ୍ଷରୁ ମାଓପୋଷ୍ଟର ଲଗାଇ ଉପସ୍ଥିତି ଜାହିର କରାଯାଇଥିଲା। ସେହିଦିନ ଠାରୁ ଅଦ୍ୟାବଧି ମାଓବାଦୀଙ୍କ କୌଣସି ପୋଷ୍ଟର ଲାଗି ନ ଥିବା ଜଣାପଡ଼ିଛି। ତେବେ ଅଞ୍ଚଳରେ ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଯାନବାହନ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁସଲମାନ ଗୃହମନ୍ତ୍ରୀଙ୍କ ପାଇଁ ବ୍ରିଟେନରୁ ବାହାରିବେ ଲକ୍ଷ ଲକ୍ଷ ମୁସଲମାନ! ଭାରତ ଉପରେ କେମିତି ପଡ଼ିବ ପ୍ରଭାବ ଜାଣନ୍ତୁ

ଲଣ୍ଡନ,୧୫।୧୨: ବ୍ରିଟେନର ଏକ ନୂଆ ରିପୋର୍ଟରେ ଚେତାବନୀ ଦିଆଯାଇଛି ଯେ ବର୍ତ୍ତମାନର ଆଇନ ଅନୁଯାୟୀ, ପ୍ରାୟ ୯ ନିୟୁତ ଲୋକ, ଅର୍ଥାତ ଦେଶର ଜନସଂଖ୍ୟାର ୧୩...

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ,...

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri