Posted inରାଜ୍ୟ

‘ମାଙ୍କଡ଼ା ପଥର ଖନନ ରୋକ’ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ, ଏସ୍‌ପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏନ୍‌ଜିଟି ନୋଟିସ

କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ମଦନପୁର ଅଞ୍ଚଳରେ ବେଆଇନ ମାଙ୍କଡା ପଥର ଖନନ ନେଇ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ନୁହେଁ, ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଜିଟି ପକ୍ଷରୁ ଏନେଇ ଜିଲାପାଳ, ଏସପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଗତ ୧୬ ତାରିଖରେ ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି। ବେଆଇନ ଭାବେ ଖନନ ହୋଇଥିବା ପଥରକୁ ଜବତ କରିବା, ଖଣି ଅଞ୍ଚଳକୁ ତାର ବାଡ ଦେଇ ସୁରକ୍ଷା ଦେବା, ବନୀକରଣ କରିବା ସହ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସାମିଲ କରି ଜଳ ଅମଳ ପ୍ରକଳ୍ପ ନିର୍ମାଣ କରିବାକୁ ମଧ୍ୟ ଆଦେଶ ଦିଆଯାଇଛି। ସେହିପରି ପରିବେଶ କ୍ଷୟକ୍ଷତିର ଆକଳନ କରି ସ୍ଥିରତା ଫେରାଇ ଆଣିବା ଏବଂ ସମ୍ପୃକ୍ତ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା ସକାଶେ ସୁରକ୍ଷାକର୍ମୀ ନିୟୋଜିତ କରିବା ପାଇଁ କୁହାଯାଇଛି ା ଏସଂକ୍ରାନ୍ତରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଡିସେମ୍ବର ୧୮ତାରିଖକୁ ଦିନ ଧାର୍ଯ୍ୟ କରାଯାଇଛି।
ଉଲ୍ଲେଖନୀୟ ଯେ, ମଦନପୁର ଅଞ୍ଚଳରେ ବେଆଇନ ଖଣିରେ ସୁଧାଂଶୁ ଶେଖର ମଲ୍ଲିକ ଓ ଅନ୍ୟମାନେ ଏହି ବେଆଇନ ମାଙ୍କଡା ପଥର ଖନନ ଘଟଣା ନେଇ ସୁଧାଂଶୁ ଶେଖର କୁଅଁର ଓ ଅନ୍ୟ ଜଣେ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ସଚିବ, ରାଜସ୍ବ ଓ ବିପର୍ଯ୍ୟୟ ସଚୀବ, ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ସଚୀବ, ଘଷିପୁରା ତହସିଲଦାର, ଏସପି କେନ୍ଦୁଝର, ଓଡିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବଙ୍କୁ ଏହି ମାମଲାରେ ପକ୍ଷଭୂତ କରାଯାଇଥିଲା। ଟ୍ରିବ୍ୟୁନାଲ ଏହାର ଶୁଣାଣି କରି ଜିଲାପାଳ ତଥା ଅନ୍ୟମାନଙ୍କୁ ବେଆଇନ ଖନନ ରୋକିବାକୁ କଣ ପଦକ୍ଷେପ ନିଆଯାଇଛି ତାହାର ରିପୋର୍ଟ ମାଗିଥିଲେ। ଏନେଇ ଜିଲାପାଳ ସ୍ଥାନୀୟ ପ୍ରଶାସନ ନେଇଥିବା ପଦକ୍ଷେପ ସମ୍ପର୍କରେ ଟ୍ରିବ୍ୟୁନାଲଙ୍କୁ ଜଣାଇଥିଲେ। ଆନନ୍ଦପୁର ଡିଏଫଓ ଏଦିଗରେ ପଦକ୍ଷେପ ନେଇ ୨୩ ଲକ୍ଷ ୫୩ ହଜାର ୩୬୪ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଟ୍ରିବ୍ୟୁନାଲଙ୍କୁ ଅବଗତ କରାଯାଇଥିଲା। ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଯଥେଷ୍ଟ ନୁହେଁ ଦର୍ଶାଇ ଟ୍ରିବ୍ୟୁନାଲ ଏଦିଗରେ କଡ଼ା ପଦକ୍ଷେପ ନେବାକୁ ଉପରୋକ୍ତ ନୋଟିସ ଜାରି କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri