Posted inଜାତୀୟ

ମାନ୍ଦାବସ୍ଥାକୁ ନେଇ ଭାଜପା ଉପରେ ବର୍ଷିଲେ ସୋନିଆ:ଜନାଦେଶର ଦୁରୁପଯୋଗ ବିପଜ୍ଜନକ

ନୂଆଦିଲ୍ଲୀ,୧୩-୯(ପି.ଟି.):ଦେଶରେ ଗୁରୁତର ଆର୍ଥିକ ମାନ୍ଦାବସ୍ଥାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନାଦେଶକୁ ଭାଜପା ସରକାର ବିପଜ୍ଜନକ ଭାବେ ଦୁରୁପଯୋଗ କରୁଥିବା ସେ ଅଭିଯୋଗ କରିଛନ୍ତି। ସରକାରଙ୍କ ଆର୍ଥତ୍କ ନୀତି ବିରୋଧରେ ଅକ୍ଟୋବର ୧୫ରୁ ୨୫ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି କଂଗ୍ରେସ ଘୋଷଣା କରିଛି। ସୋନିଆଙ୍କ ଅଧ୍ୟକ୍ଷତାରେ ଏଆଇସିସି ମୁଖ୍ୟାଳୟରେ ବୈଠକ ବସି ଏହି ନିଷ୍ପତ୍ତି ନିଆଯାଇଛି। ଦଳୀୟ ନେତାମାନଙ୍କୁ ଉଦ୍‌ବୋଧନ ଦେଇ ସୋନିଆ କହିଥିଲେ, କଂଗ୍ରେସର ସଂକଳ୍ପ ଓ ନମନୀୟତାର ପରୀକ୍ଷା କରୁଛି ଭାଜପା ସରକାର। ଏହାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇ ଭାଜପାର ଅସଲ ମୁଖା ଖୋଲିବାକୁ ହେବ ବୋଲି କଂଗ୍ରେସ ଅଧ୍ୟକ୍ଷା ଦଳୀୟ ନେତାମାନଙ୍କୁ ପରାମର୍ଶ ଦେଇଥିଲେ।
ନରେନ୍ଦ୍ର ମୋଦି ସରକାରରେ ଗଣତନ୍ତ୍ର ବିପଦରେ ବୋଲି ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଲାଗି ଯୋଜନା ଚୂଡ଼ାନ୍ତ କରିବା ଲାଗି ଅନୁଷ୍ଠିତ ବୈଠକରେ ସୋନିଆ କହିଛନ୍ତି। ବୈଠକରେ ସାରାଦେଶରୁ ଦଳର ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରେ ଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଏଆଇସିସି ସାଧାରଣ ସମ୍ପାଦକ, ବିଭିନ୍ନ ରାଜ୍ୟର ପ୍ରଭାରୀ, କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୁଖ। ତେବେ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୈଠକରେ ଉପସ୍ଥିତ ନ ଥିଲେ।
ଦେଶ ଏବେ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବାବେଳେ ଜନସାଧାରଣଙ୍କ ଦୃଷ୍ଟି ଏଡାଇବା ପାଇଁ ମୋଦି ସରକାର ଅଭୂତପୂର୍ବ ପ୍ରତିଶୋଧମୂଳକ ରାଜନୀତି କରୁଛନ୍ତି। ଏହା ବିରୋଧରେ କଂଗ୍ରେସ ଆନ୍ଦୋଳନାତ୍ମକ କାର୍ଯ୍ୟସୂଚୀ ପ୍ରସ୍ତୁତ କରିବାକୁ ସୋନିଆ ନିର୍ଦ୍ଦେଶ ଦେଇଥିଲେ। ଗୁରୁତର ମାନ୍ଦାବସ୍ଥା ସମ୍ପର୍କରେ ମନମୋହନ ସିଂ ଉଦ୍‌ବୋଧନ ଦେଇଥିଲେ। ଆର୍ଥତ୍କ ମାନ୍ଦାବସ୍ଥା ସମ୍ପର୍କରେ ଲୋକଙ୍କୁ ଜଣାଇବା ପାଇଁ ସେପ୍ଟେମ୍ବର ୨୦ରୁ ୩୦ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ପ୍ରଦେଶ କଂଗ୍ରେସ କମିଟି ପ୍ରତିନିଧିମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ଦଳୀୟ ମୁଖପାତ୍ର ଆର୍‌.ପି.ଏନ୍‌. ସିଂ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହା ବ୍ୟତୀତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଅକ୍ଟୋବର ୨ରୁ ୯ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ପଦଯାତ୍ରା କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri