Posted inଜାତୀୟ

ମିଳିଲା ଗୁପ୍ତଧନ: ଶହେ ବର୍ଷ ତଳର ମାଟିପାତ୍ରରେ ୨,୫୯୫ ମୁଦ୍ରା

ଥିରୁଭାନନ୍ତପୁରମ୍‌,୭।୧୨: କେରଳର ଥିରୁଭାନନ୍ତପୁରମ୍‌ରେ ମାଟି ତଳୁ ମିଳିଛି ଗୁପ୍ତଧନର ସନ୍ଧାନ। ଶହେ ବର୍ଷ ପୁରୁଣା ମାଟି ପାତ୍ରରେ ୨,୫୯୫ ତମ୍ବା ମୁଦ୍ରା ବନ୍ଦ ଅବସ୍ଥାରେ ମିଳିଛି। ଏସବୁର ଓଜନ ୨୦ କିଲୋ ୪ଶହ ଗ୍ରାମ୍‌। ଏଥିରେ କଳଙ୍କି ଲାଗି ଯାଇଥିବାରୁ ଏସବୁକୁ ସଫା ପାଇଁ ଲ୍ୟାବ୍‌କୁ ପଠାଯାଇଛି। ସ୍ଥାନୀୟ ନିଲିମିନୁର୍‌ ଅଞ୍ଚଳରେ ବାସ କରୁଥିବା ବି. ରତ୍ନାକର ପିଲାଇ ଏକ ଲଟେରୀ କିଣିଥିଲେ। ଏଥିରେ ସେ ୬ କୋଟି ଟଙ୍କାର ପୁରସ୍କାର ଜିଣି ଥିଲେ। ଏହି ଟଙ୍କାରେ ସେ ଏକ ଜମି କିଣି କିଛି ଦିନ ପରେ ଏହାର ଖନନ ବେଳେ ଏହି ଗୁପ୍ତଧନ ମିଳିଥିଲା। ଏସବୁ ମୁଦ୍ରା ତ୍ରାଭାଙ୍କୋରର ଦୁଇ ରାଜାଙ୍କ ଶାସନ ସମୟରେ ୧୮୮୫ରୁ ୧୯୪୯ ମଧ୍ୟରେ ପ୍ରଚଳିତ ହେଉଥିବା କୁହାଯାଉଛି। ୧୮୮୫ରୁ ୧୯୨୪ ପର୍ଯ୍ୟନ୍ତ ଏଠାରେ ରାଜା ମୁଲମ୍‌ ଥିରୁନଲ୍‌ ରାମ ବର୍ମା ଶାସନ କରୁଥିଲେ। ସେହିପରି ୧୯୨୪ରୁ ୧୯୪୯ ପର୍ଯ୍ୟନ୍ତ ଏଠାରେ ଶେଷ ରାଜା ଭାବେ ଚିଥୁରା ଥିରୁନଲ୍‌ ବାଲା ରାମ ବର୍ମା ଶାସନ ଭାର ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri