ମୁରୁଜରେ ବିଦ୍ୟାଦାତ୍ରୀ

ପୁରୁଣା ଭୁବନେଶ୍ୱର,୩୦ା୧(ଡି.ଏନ.ଏ.): ବିଦ୍ୟା, କଳା, ସାହିତ୍ୟ ଓ ସ୍ବର ବ୍ରହ୍ମର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ବତୀଙ୍କ ଆବାହନ ପାଇଁ ପ୍ରସ୍ତୁତି ସରିଛି। ସ୍କୁଲ, କଲେଜ, ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପୂଜା ପାଇବେ ମା’ ବାଗଦେବୀ ସରସ୍ବତୀ। ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ଭୁବନେଶ୍ୱର ପୋଖରୀପୁଟସ୍ଥିତ ଇନ୍ଦ୍ରପ୍ରସ୍ଥ କଲୋନୀ ଫେଜ୍‌-୨ ପରିସରରେ ଥିବା ଚିତ୍ରଶିକ୍ଷା ଅନୁଷ୍ଠାନ ‘ଚିତ୍ରଶାଳା’ ଶ୍ରୀପଞ୍ଚମୀ ଲାଗି ନିଆରା ଢଙ୍ଗରେ ମୁରୁଜରେ ପିଲାମାନେ ସରସ୍ବତୀଙ୍କ ଛବି ଆଙ୍କିଛନ୍ତି।
ବିଦ୍ୟାର୍ଥୀମାନେ ଚିତ୍ରଶିଳ୍ପୀ ସୁସ୍ମିତାରାଣୀ ରାଉତଙ୍କ ତତ୍ତ୍ୱାବଧାନରେ ଏହା କରିଛନ୍ତି। ପ୍ଲାଷ୍ଟିକ ଓ ରାସାୟନିକ ରଙ୍ଗ ବିରୋଧରେ ସ୍ବର ଉଠାଇବା ସହ ଇକୋ-ଫ୍ରେଣ୍ଡଲି ପୂଜା କରିବାକୁ ଶିଳ୍ପୀମାନେ ଆହ୍ବାନ ଦେଇଛନ୍ତି। ମୂର୍ତ୍ତିରେ ମିଶୁଥିବା ରାସାୟନିକ ରଙ୍ଗ ନଦୀ ଜଳ ପ୍ରଦୂଷିତ ହେବା ସହ ପ୍ରଦୂଷଣ ହୋଇଥାଏ। ଜଳ ଉତ୍ସକୁ ସ୍ବଚ୍ଛ ଓ ବାୟୁମଣ୍ଡଳକୁ ପ୍ରଦୂଷଣ ମୁକ୍ତ କରିବାକୁ ଚିତ୍ରଶାଳା ଆୟୋଜନ କରିଛି ଇକୋ-ଫ୍ରେଣ୍ଡଲି ମା’ ସରସ୍ବତୀଙ୍କ ପୂଜା। ସମ୍ପ୍ରତି ପରିବେଶକୁ ଦୃଷ୍ଟିରେ ରଖି ଯେତେ ସରଳ, ନିରାଡ଼ମ୍ବର ଭାବେ ଭକ୍ତିପୂତ ପରିବେଶ ମଧ୍ୟରେ ପୂଜା ଉତ୍ସବ ପାଳନ କରାଯିବା ଦରକାର ବୋଲି ଅନୁଷ୍ଠାନର ପ୍ରତିଷ୍ଠାତା ଅନସୂୟା ସାହୁ କହିଛନ୍ତି। କାର୍ଯ୍ୟକ୍ରମରେ ସାମାଜିକ କର୍ମୀ ତଥା ପରିବେଶବିତ୍‌ ସୁଶାନ୍ତ ସାହୁ ଯୋଗଦେଇ କୁନିଶିଳ୍ପୀଙ୍କ ଏଭଳି ଉଦ୍ୟମକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri