ଯୁବକଙ୍କ ଉନ୍ମତ୍ତ କାଣ୍ଡ : ଧାରୁଆ ଅସ୍ତ୍ରରେ ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ

ବଡ଼ବିଲ,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଗାଢ଼ା ହଟିଂ ଅଞ୍ଚଳରେ ରହୁଥିବା ମନୋଜ ରାଜପୁତ ନାମକ ଯୁବକ ଶୁକ୍ରବାର ରାତିରେ ଗାଢ଼ା ହଟିଂ ଓ ସୁନ୍ଦରାବସ୍ତି ଅଞ୍ଚଳରେ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ଅଭିଯୁକ୍ତ ମନୋଜ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଦୁଇଜଣ ମହିଳାଙ୍କ ସମେତ ଅନ୍ୟ ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ମନୋଜ ଗାଢ଼ା ହଟିଂ ଅଞ୍ଚଳର ଜୟନ୍ତୀ ଲୋହାର ନାମ୍ନୀ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବାବେଳେ ତାଙ୍କୁ ସ୍ଥାନୀୟ ଲୋକେ ଧରିବାକୁ ଉଦ୍ୟମ କରିବାରୁ ବିଭିନ୍ନ ଲୋକଙ୍କ ଘର ଛାତ ଉପରେ ଚଢ଼ି ଖସିଯାଇଥିଲେ। ତେବେ ମନୋଜ ସନ୍ଧ୍ୟା ସମୟରେ ଉଲଗ୍ନ ହୋଇ ଏକ ଧାରୁଆ ଅସ୍ତ୍ର ଧରି ଏଣେତେଣେ ବୁଲୁଥିଲାବେଳେ ରାତିରେ କୌଣସି କାରଣ ନ ଥାଇ ଟୁନି କିଷାନ ନାମ୍ନୀ ମହିଳାଙ୍କ ମୁଣ୍ଡ, ବେକ ଓ ହାତକୁ ହାଣି ପକାଇଥିଲେ। ତାଙ୍କ ଚିତ୍କାର ଶୁଣି ସେହି ଅଞ୍ଚଳର ରାଜକୁମାର ଗୋପ, କ୍ରିଷ୍ଣା ପ୍ରସାଦ ଓ କୁନା ମହାକୁଡ଼ ଅଭିଯୁକ୍ତଙ୍କ କବଳରୁ ଟୁନିଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ଟୁନିଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀ ମନୋଜଙ୍କୁ କାବୁ କରିଥିଲା। ମନୋଜ ମାନସିକ ସନ୍ତୁଳନ ହରାଇଥିବା ଅନୁମାନ କରାଯାଉଥିବାବେଳେ ମରଣାନ୍ତକ ଆକ୍ରମଣ ନେଇ ବଡ଼ବିଲ ଥାନାକେସ୍‌ ନଂ.୧୬୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ମନୋଜ ମଧ୍ୟ ଆହତ ହୋଇଥିବାରୁ ପୋଲିସ ତାଙ୍କୁ ନିଜ ହେପାଜତରେ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri