ଫୁଲବାଣୀ,୮।୨(ଡି.ଏନ୍.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ସଚ୍ଚିଦାନନ୍ଦ ନାୟକ (୪୨)। ତାଙ୍କ ଶରୀରର ବିଭିନ୍ନ ସ୍ଥାନକୁ କୌଣସି ଅସ୍ତ୍ରରେ ହଣାଯାଇଥିବା ଦେଖାଯାଇଛି। ଏପରିକି ତାଙ୍କର ଗୋଟିଏ ହାତ କାଟି ଅନ୍ୟତ୍ର ପକାଯାଇଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଖବରପାଇ ଜି.ଉଦୟଗିରି ଏସ୍ଡିପିଓ ଜୟକୃଷ୍ଣ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ସାରଙ୍ଗଡ଼ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।
Posted inଆମ ଜିଲା ଖବର, କନ୍ଧମାଳ View All
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ
ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...
Archives


