ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୧୫ା୨ – ରନ୍ଧନ ଗ୍ୟାସ ଏଲ୍‌ପିଜି ମୂଲ୍ୟ ବୃଦ୍ଧି କରାଯାଇଥିବା ପ୍ରତିବାଦରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ସଙ୍ଗଠନର କର୍ମକର୍ତ୍ତାମାନେ କମାପଲ୍ଲୀ ଛକରେ ବିକ୍ଷୋଭ କରିଛନ୍ତି। କେନ୍ଦ୍ର ସରକାର ପୂର୍ବରୁ ସାଧାରଣ ଲୋକଙ୍କୁ ଉଜ୍ଜ୍ୱଳା ଯୋଜନାରେ ରନ୍ଧନ ଗ୍ୟାସ୍‌ ଯୋଗାଇ ଦେବାକୁ କହି ବର୍ତ୍ତମାନ ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଆଳ ଦେଖାଇ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି କରିଛନ୍ତି। ଏବେ ବହୁ ଗରିବ ଓ ମଧ୍ୟବିତ୍ତ ପରିବାରର ଅତ୍ୟାବଶ୍ୟକୀୟ ଏଲପିଜିରେ ଏକକାଳୀନ ୧୪୪.୫ ଟଙ୍କା ବୃଦ୍ଧିକୁ ଏସ୍‌ୟୁସିଆଇ ପକ୍ଷରୁ ବିରୋଧ କରାଯାଇଛି। ତୁରନ୍ତ ଏହାକୁ ପ୍ରତ୍ୟାହାର ପାଇଁ ଦାବି ହୋଇଛି। ବିକ୍ଷୋଭ ସମାବେଶରେ ଏସୟୁସିଆଇ(କମ୍ୟୁନିଷ୍ଟ)ର ଗଞ୍ଜାମ ଜିଲା ସାଙ୍ଗଠନିକ କମିଟି ସମ୍ପାଦକ ସୋମନାଥ ବେହେରା, କାର୍ତ୍ତିକ ଚନ୍ଦ୍ର ମହାନ୍ତି, ଶିବାନୀ ଶଙ୍କର ମିଶ୍ର, ନିମାଇଁ ଚରଣ ସାହୁ, ଡି. ତିରୁପତି ଦୋରା, ଶୁଭସ୍ମିତା ପାଣିଗ୍ରାହୀ, ନାରାୟଣ ସାହୁ, ପପୁନ ସାହୁ, ରଞ୍ଜନ ସେଠୀ, କିଶାନ କୁମାର ସାହୁ, କାମରାଜ ସାହୁ ଓ ଅଲିଭା ଦାଶ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି।...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri