ରାଜଧାନୀରେ ଜମି ମାଫିଆଙ୍କ ଗୁଣ୍ଡାରାଜ: ବନ୍ଧୁକ ଦେଖାଇ ମାଡ଼ମାରି ନେଲେ ଦସ୍ତଖତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜଧାନୀରେ ଜମି ମାଫିଆ ଓ ଦଲାଲଙ୍କ ଗୁଣ୍ଡାଗିରି ଦିନକୁ ଦିନ ବଢ଼ି ଚାଲିଛି। ବନ୍ଧୁକ ଓ ବିଭିନ୍ନ ମାରଣାସ୍ତ୍ର ଦେଖାଇ ଲୋକଙ୍କ ଜମି କବ୍‌ଜା କରୁଛନ୍ତି। ମଞ୍ଚେଶ୍ୱର ଥାନା ଅଞ୍ଚଳରେ ରହୁଥିବା ଜଣେ ଜମି ମାଲିକଙ୍କୁ ଜମି ମାଫିଆମାନେ ଉଠାଇ ନେବା ସହ ମୁଣ୍ଡରେ ବନ୍ଧୁକ ଲଗାଇ ସାଦା କାଗଜରେ ଦସ୍ତଖତ କରିଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଧରୁ ନ ଥିବାରୁ ସେମାନେ ଧମକ ଦେଉଛନ୍ତି। ଫଳରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ଜମି ମାଲିକ ଶିବ ପ୍ରସାଦ ସାମଲ କହିବା ସହ ସୁରକ୍ଷା ଲୋଡ଼ିଛନ୍ତି।
ପୁରୀ ବାଇପାସ୍‌ର ପାଣ୍ଡରା ଅଞ୍ଚଳରେ ଶିବ ପ୍ରସାଦଙ୍କର ଏକ ଜମି ରହିଛି। ଏହା ନିକଟରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଜାଗା ରହିଛି। ଉକ୍ତ ବ୍ୟକ୍ତିଙ୍କ ଜମିକୁ ରାସ୍ତା ନ ଥିବାରୁ ଶିବ ପ୍ରସାଦଙ୍କୁ ଜମି ବିକ୍ରି କରିବାକୁ ବାଧ୍ୟ କରୁଛନ୍ତି। କିନ୍ତୁ ଜମି କବ୍‌ଜା ପାଇଁ ସେ କେତେଜଣ ଜମି ମାଫିଅ ଓ ଦଲାଲଙ୍କୁ ଲଗାଇଛନ୍ତି। ସେପ୍ଟେମ୍ବର ୨୨ରେ ଜମି ଦଲାଲମାନେ ତାଙ୍କୁ ଏକ ନିଛାଟିଆ ସ୍ଥାନକୁ ଡାକିଥିଲେ। ସର୍ତ୍ତରେ ରାଜି ନ ହେବାରୁ ସେମାନେ ଶିବ ପ୍ରସାଦଙ୍କୁ ବନ୍ଧୁକ ଦେଖାଇ ମାରିଦେବାକୁ ଧମକ ଦେଇଥିଲେ। ଏହାପରେ ଏକ କାଠ ଫାଳିଆରେ ତାଙ୍କ ମୁଣ୍ଡକୁ ପିଟି ରକ୍ତାକ୍ତ କରିଦେଇଥିଲେ। ଏହି ସମୟରେ ଏକ ସାଦା କୋର୍ଟ ପେପରରେ ତାଙ୍କର ଦସ୍ତଖତ ନେଇଯାଇଥିଲେ। ଏଥିସହ ନାନା ଧମକ ଦେଇ ଘଟଣା ସଂକ୍ରାନ୍ତରେ କାହାକୁ କହିଲେ ୟାଠାରୁ ଭୟଙ୍କର ପରିସ୍ଥିତି ହେବ ବୋଲି କହି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରି ଘରେ ଛାଡ଼ିଥିଲେ। ଶିବ ସୁସ୍ଥ ହେବାପରେ ସେହିମାସ ୨୬ ତାରିଖରେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୪୧୨/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୨ ମାସ ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ଉପରେ କୌଣସି ପଦକ୍ଷେପ ଗ୍ରହଣ କରୁନି। ଏ ନେଇ ଥାନା ଅଧିକାରୀ ଯତୀନ୍ଦ୍ର ନାଥ ସେଠୀ କହିଛନ୍ତି, ଅଭିଯୋଗକାରୀଙ୍କୁ ପୋଲିସ ସମସ୍ତ ସୁରକ୍ଷା ଦେଉଛି। ଅଭିଯୁକ୍ତମାନେ ଫେରାର ଥିବାରୁ ସେମାନଙ୍କ ଉପରେ ନଜର ରଖାଯାଇଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri