ରାଜନଗର,୧୭।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଗୁପ୍ତିସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ବୁଧବାର ସକାଳୁ ସ୍ଥାନୀୟ ଲୋକେ ଏହା ଜାଣିବା ପରେ ବ୍ୟାଙ୍କ ମ୍ୟାନେଜରଙ୍କୁ ଖବର ଦେଇଥିଲେ। ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ। ତେଣୁ ବ୍ୟାଙ୍କରୁ କେତେ ଟଙ୍କା ଚୋରି ହୋଇଛି ହୋଇଛି ତାହା ଜଣାପଡ଼ି ନାହିଁ।