ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧିପାଉଛି : ମନ୍ତ୍ରୀ

ଭୁବନେଶ୍ୱର, ୮।୩(ବ୍ୟୁରୋ): ଓଡ଼ିଶା ଗତ ୧୦୦ ବର୍ଷରେ ଛୋଟବଡ଼ ୧୩୫ଥର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଛି। ଗତ ୨୦ବର୍ଷ ମଧ୍ୟରେ ରାଜ୍ୟ ୩୨ଥର ବନ୍ୟା, ବାତ୍ୟା, ମରୁଡ଼ି ଏବଂ ରୋଗପୋକ ଆକ୍ରମଣର ଶିକାର ହୋଇଛି। ତେବେ ରାଜ୍ୟ ସରକାରଙ୍କ ଦ୍ୱାରା ସମୟୋଚିତ ପଦକ୍ଷେପ ଏବଂ କୃଷକଙ୍କ କଠିନ ପରିଶ୍ରମ ଫଳରେ ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ମେଳା-୨୦୨୦କୁ ଉଦ୍‌ଘାଟନ କରି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଏହା କହିଛନ୍ତି।

ସେ କହିଲେ, ଧାନ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟରେ ପରିଣତ ହୋଇଥିବାବେଳେ ଡାଲି, ତୈଳବୀଜ ଓ ପନିପରିବା ଆଦିର ଉତ୍ପାଦନ ବୃଦ୍ଧି ପାଇଛି। ଓୟୁଏଟି ବୈଜ୍ଞାନିକଙ୍କ ଗବେଷଣାଲବ୍ଧ ଜ୍ଞାନକୌଶଳକୁ ଉପଯୋଗ କରି କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କ ଆୟ ବୃଦ୍ଧି କରାଯାଇପାରିବ। ସାମ୍ପ୍ରତିକ ସମୟରେ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷି କୌଶଳର ବିକାଶ କରାଯିବା ଆବଶ୍ୟକ। ରାଜ୍ୟ ସରକାର ଓୟୁଏଟିର ସାମଗ୍ରିକ ଉନ୍ନତି ନିମନ୍ତେ ପଦକ୍ଷେପ ଗ୍ରହଣ କରିଥିବାବେଳେ ଏହାକୁ ଏକ ଉତ୍କର୍ଷ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏହି ଅବସରରେ ମନ୍ତ୍ରୀ ବିକଶିତ ଜ୍ଞାନକୌଶଳକୁ ଚାଷୀଙ୍କ ନିକଟରେ ସୁଲଭ ମୂଲ୍ୟରେ ଓ ଠିକଣା ସମୟରେ ପହଞ୍ଚାଇବା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ‘କଳିଙ୍ଗ ବ୍ରାଣ୍ଡ’ର ଶୁଭ ଉଦ୍‌ଘାଟନ କରିଥିଲେ। ଏଥିସହିତ ବହୁ ପୁସ୍ତକ ଓ ପତ୍ରପତ୍ରିକାକୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ।

ଉତ୍ସବରେ ବିଶ୍ୱବିଦ୍ୟାଳୟ କୁଳପତି ଡ. ପବନ କୁମାର ଅଗ୍ରୱାଲ ଅଧ୍ୟକ୍ଷତା କରି କହିଲେ, ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷକ ମେଳାର ଆୟୋଜନ ଓଡ଼ିଶାର ଚାଷୀଙ୍କୁ ନିଶ୍ଚିତ ରୂପେ ଉତ୍ସାହିତ କରିବ। ଏଣିକି ପ୍ରତିବର୍ଷ ଦୁଇଥର କୃଷକ ମେଳାର ଆୟୋଜନ କରାଯିବାକୁ ଯୋଜନା ହେଉଛି। ଏହି ଅବସରରେ ଓଡ଼ିଶା ତଥା ପଶ୍ଚିମବଙ୍ଗରୁ ଆସିଥିବା ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଅଧ୍ୟକ୍ଷ ପ୍ରଫେସର ଲଳିତ ମୋହନ ଗଡ଼ନାୟକ ସ୍ବାଗତ ଭାଷଣ ଓ କୃଷି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର କୁମ୍ଭକର୍ଣ୍ଣ ରାଉତ ଧନ୍ୟବାଦ ଦେଇଥିଲେ। ପରେ କୃଷି-ବୈଜ୍ଞାନିକ ଆଲୋଚନାଚକ୍ର ଓ ଫସଲ କିସମ ସୁରକ୍ଷା ଏବଂ କୃଷକଙ୍କ ଅଧିକାର ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିସହିତ ଅଭିନବ କୃଷିକୌଶଳ ଏବଂ ବିଭିନ୍ନ ଫସଲର ଦେଶୀୟ କିସମ ଉପରେ ଏକ କୃଷି ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। କୃଷକ ମେଳାରେ ଓଡ଼ିଶା ଓ ପଶ୍ଚିମବଙ୍ଗରୁ ଶତାଧିକ କୃଷକ, ବୈଜ୍ଞାନିକ ଓ ବିଶେଷଜ୍ଞମାନେ ଯୋଗଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri