Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ
ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ । ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି ହେବ ।
ବୃଷ
ବୃଷ
ଉଚ୍ଚାଂଶରେ ମଙ୍ଗଳ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ କିନ୍ତୁ ସମ୍ମୁଖରେ କିଛି ବିି କହିପାରିବେ ନାହିଁ । ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ରାହୁ ସହ ରହି ପ୍ରତ୍ୟେକ କଥାକୁ କୌଶଳରେ ସାଧନ କରିପାରିବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହେବେ । ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ପଡ଼ିପାରେ ।
କର୍କଟ
କର୍କଟ
ଚନ୍ଦ୍ରଙ୍କଠାରୁ ଷଡ଼ାଷ୍ଟକ ସ୍ଥିତିରେ ଶୁକ୍ର ଥିବା ଯୋଗୁ କର୍ମକ୍ଷେତ୍ରକୁ ସମସ୍ୟାବହୁଳ କରିପାରନ୍ତି । ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନବଳାଇ ଖୁସି ହେବେ ।
ସି˚ହ
ସି˚ହ
ସହଯୋଗ ଅଭାବରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି । ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିପାରନ୍ତି ।
କନ୍ୟା
ବୁଧ ଓ ବୃହସ୍ପତି ଷଡ଼ାଷ୍ଟକ ସ୍ଥିତିରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି । ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲିମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ । ହଠାତ୍‌ ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ ।
ତୁଳା
ତୁଳା
ସ୍ବରାଶିରେ ଚନ୍ଦ୍ର ଥିବାରୁ ଆଜି ମନର ଭାବନାକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ । କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି ।
ବିଛା
ବିଛା
ଅଧିକ ଖର୍ଚ୍ଚାନ୍ତ କରାଇ ମାନସିକ ଅସ୍ଥିରତା ସୃଷ୍ଟି କରିବେ । ମିଠାକଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହୋଇପାରନ୍ତି । ନିଜ ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ । ପୂର୍ଣ୍ଣ ଭରସାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ ।
ଧନୁ
ଧନୁ
ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ବିଭିନ୍ନ ପ୍ରକାର ନକାରାତ୍ମକ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ । ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିପାରିବେ ନାହିଁ । କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ ।
ମକର
ମକର

ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବାରୁ ମନ ଏକ ପ୍ରକାର ଖୁସି ରହିବ । ଚତୁର୍ଥାଧିପ କର୍ମଭାବସ୍ଥ ଯୋଗୁ ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ । ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଘର ପାଇଁ ପ୍ରଶଂସା ପାଇବା ତେଣେ ଥାଉ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଅସୁବିଧାର କାରଣ ହୋଇପାରେ ।
ମୀନମୀନ

ଶନିଙ୍କ ଦୃଷ୍ଟିର ପ୍ରଭାବ ଯୋଗୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । କିନ୍ତୁ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଅଫିସରେ କିମ୍ବା ବାନ୍ଧବୀଙ୍କ ଗହଣରେ କିଛି ସମୟ କଟାଇପାରନ୍ତି। ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ନଭେମ୍ବର ୨ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ନିଜ କାମରେ ଲାଗିଯିବେ ଏବଂ ଆଶାନୁଯାୟୀ ମଧ୍ୟ ଫଳ ପାଇପାରନ୍ତି। ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି।...

ରାଶିଫଳ: ଶୁକ୍ରବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ ଆଜି ମଙ୍ଗଳଙ୍କ ଦୃଷ୍ଟିରେ ସପ୍ତମସ୍ଥ ଚନ୍ଦ୍ର ରହୁଥିବାରୁ ଯେମିତି ଭାବୁଥିବେ ତାହା ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ...

ରାଶିଫଳ: ଗୁରୁବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ। ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ...

ରାଶିଫଳ: ବୁଧବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ କୃତ୍ତିକା ନକ୍ଷତ୍ର ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। କାମ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ରାହୁଙ୍କ ପ୍ରଭାବରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି...

ରାଶିଫଳ: ସୋମବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ ଆଜି ଆକସ୍ମିକ ଭାବରେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ପୂର୍ବ କଳହକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା...

ରାଶିଫଳ: ରବିବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ରଙ୍କ ପ୍ରଭାବରେ ସ୍ବାସ୍ଥ୍ୟହାନି ସାଙ୍ଗକୁ ପ୍ରତ୍ୟେକ କାମରେ ସମସ୍ୟାର ସମ୍ମୁଖୀନ ହେବେ। ସାମାଜିକ, ପାରିବାରିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ହେତୁ ସଫଳତା...

ରାଶିଫଳ: ଶନିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ସଫଳତା ଯୋଗୁ ଟେନସନ୍‌ କମିଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri