Posted inଖେଳ

ରାସ୍ତା ମଝିରେ ଭାଙ୍ଗଡା ଡ୍ୟାନ୍ସ କଲେ ସୂର୍ଯ୍ୟକୁମାର, ଆଶ୍ଚର୍ଯ୍ୟ ହୋଇଗଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୭: ଆଜି ସାରା ଭାରତ ଉତ୍ସବମୁଖର। କାରଣ ଟି୨୦ ବିଶ୍ୱକପ ଧରି ଭାରତ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ସେଲିବ୍ରେଶନ ହେବାକୁ ଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀ ବିମାନବନ୍ଦରରୁ ଆଇଟିସି ମୌର୍ଯ୍ୟ ହୋଟେଲ ପର୍ଯ୍ୟନ୍ତ ଟିମ ଇଣ୍ଡିଆ ଖେଳାଳଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାସ୍ତାରେ ଫ୍ୟାନ୍ସଙ୍କ ଭିଡ଼ ଜମିଥିଲା।

ଟିମ୍‌ ଇଣ୍ଡିଆକୁ ଢୋଲବାଜାରେ ସ୍ବାଗତ କରାଯାଇଥିଲା। ତେବେ ହୋଟେଲକୁ ଆସୁଥିବାବେଳେ ଯେତେବେଳେ ଟିମ ଇଣ୍ଡିଆର ତାରକା ଅଧିନାୟକ ରୋହିତ ଶର୍ମା ଏବଂ ତାରକା ଖେଳାଳି ସୂର୍ଯ୍ୟକୁମାର ଯାଦବ ଢୋଲ ବାଜୁଥିବାର ଦେଖିଲେ, ଏହାପରେ ସେମାନେ ନିଜକୁ ଅଟକାଇ ପାରି ନ ଥିଲେ। ଏବେ ସଙ୍ଗେସଙ୍ଗେ ସୂର୍ଯ୍ୟକୁମାର ଭାଙ୍ଗଡାରେ ଡ୍ୟାନ୍ସ କରିଥିଲେ। ସୂର୍ଯ୍ୟ ଏମିତି ଡ୍ୟାନ୍ସ କରିଥିଲେ ଯେ ଦିଲ୍ଲୀ ପୋଲିସ କର୍ମଚାରୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ବିସିସିଆଇ ‘ଇଟସ ହୋମ ’ ବୋଲି କହିଛି। ଭାରତୀୟ ଟିମ ବିମାନରେ ୧୬ଘଣ୍ଟାର ଯାତ୍ରା କରି ସ୍ବଦେଶ ଫେରିଛନ୍ତି। ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନରେ ତାଙ୍କୁ ଭାରତ ଅଣାଯାଇଛି।

ସୂଚନାଥାଉ କି, ଟିମ ଇଣ୍ଡିଆ ଗୁରୁବାର ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ଏହାପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ଭାରତୀୟ କ୍ରିକେଟ ଦଳ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ। ଏଠାରେ ଟିମ ଇଣ୍ଡିଆ ଖେଳାଳିମାନେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଏକ ଖୋଲା ବସ୍ରେ ବିଜୟ ପରେଡରେ ଅଂଶଗ୍ରହଣ କରିବେ। ଏହି ପ୍ୟାରେଡ ନରିମାନ ପଏଣ୍ଟରୁ ୱାନକେଡେ ଷ୍ଟାଡିୟମ ମଧ୍ୟରେ ଅନୁଷ୍ଠିତ ହେବ। ଏହା ପରେ ଭାରତୀୟ ଖେଳାଳିଙ୍କୁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ

ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍‌ସ ପ୍ଲାନ୍‌’ ଲେଖିଛନ୍ତି। ରିଙ୍କୁ...

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ...

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ...

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ...

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ।...

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ...

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ...

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri