ରୋଡ୍‌ଶୋ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମରେ ସୋମବାର ପୂର୍ବାହ୍ନରେ ପ୍ରଦୀପ ଦୀକ୍ଷିତ(୨୭) ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ସେ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗ ଅନୁଯାୟୀ, ଶହୀଦ ଭଗତସେନା ପକ୍ଷରୁ ଜଳଙ୍ଗା ନିକଟରେ ପ୍ରଦୀପଙ୍କ ନେତୃତ୍ୱରେ ଏକ ଜଳଛତ୍ର ଖୋଲାଯାଇଛି। ସୋମବାର ବିଜେଡି ପକ୍ଷରୁ ଉକ୍ତ ରାସ୍ତା ଦେଇ ରୋଡ୍‌ଶୋ ଯିବା ସମୟରେ ଜଳଛତ୍ର ସମ୍ମୁଖରେ କୌଣସି ଏକ ବିବାଦକୁ ନେଇ କିଛି ସମୟ ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପ୍ରଦୀପ ଗଣ୍ଡଗୋଳକାରୀଙ୍କୁ ଜଳଛତ୍ର ସମ୍ମୁଖରେ ଗଣ୍ଡଗୋଳ ନ କରି ଅନ୍ୟତ୍ର ଯିବାକୁ କହିଥିଲେ। ଫଳରେ ନିର୍ଦ୍ଦିଷ୍ଟ କେତେକ ଲୋକ ସଂଘବଦ୍ଧ ଭାବେ ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ। ପ୍ରଦୀପଙ୍କ ମୁଣ୍ଡରେ ଆଘାତ ଲାଗିବାରୁ ତାଙ୍କୁ ଜିଲା ଚିକିତ୍ସାଳୟକୁ ନିଆଯାଇଥିଲା। ଶହୀଦ ଭଗତସେନାର ଆବାହକ ସୀତାଂଶୁ ମହାପାତ୍ର ଓ ଅନ୍ୟ ସଦସ୍ୟମାନେ ଜିଲା ଚିକିତ୍ସାଳୟରେ ପହଞ୍ଚି ପ୍ରଦୀପଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri