ଲକ୍ଷେ ଚାରା ଲଗାଇବ ଟାଟା ଷ୍ଟିଲ୍‌ ବିଏସ୍‌ଏଲ୍‌

ଓଡ଼ାପଡ଼ା, ୮ା୬(ଡି.ଏନ.ଏ.)  ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌ ପକ୍ଷରୁ ଚଳିତବର୍ଷ ୧ ଲକ୍ଷ ଚାରା ରୋପଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ବିଶ୍ୱ ପରିବେଶ ଦିବସ ଅବସରରେ ଏ ନେଇ କମ୍ପାନୀ ପକ୍ଷରୁ ସଂକଳ୍ପ କରାଯାଇଛି। ଅନୁଗୋଳସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ଡ. ଅନୁପ କୁମାର ମଲ୍ଲିକ ଉପସ୍ଥିତ ରହି ଚାରାରୋପଣ କରି ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ। କମ୍ପାନୀର ଆଇରନ୍‌ ମେକିଂ ମୁଖ୍ୟ ଜି. ଭେଙ୍କଟନାରାୟଣ, କର୍ପୋରେଟ୍‌ ସେବା ବିଭାଗ ମୁଖ୍ୟ ମଣିକାନ୍ତ ନାୟକ, ପରିବେଶ ବିଭାଗ ମୁଖ୍ୟ ସରୋଜ ବାନାର୍ଜୀ ପ୍ରମୁଖ ବହୁ ଅଧିକାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ବିଶ୍ୱ ପରିବେଶ ଦିବସରେ ପ୍ଲାଣ୍ଟ ପାର୍ଶ୍ୱବର୍ତ୍ତୀ ଗ୍ରାମରେ ୧୩୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ କରାଯାଇଛି। ଜାପାନୀ ବୈଜ୍ଞାନିକ ପ୍ରଣାଳୀ ‘ମିଆୱାକି’ ପଦ୍ଧତିରେ ୧ଲକ୍ଷ ଚାରାରୋପଣ କରିବାକୁ ଯୋଜନା ରଖାଯାଇଛି। ଏହି ଉପଲକ୍ଷେ କମ୍ପାନୀ କର୍ମଚାରୀ ଓ ସେମାନଙ୍କ ପିଲାମାନଙ୍କ ମଧ୍ୟରେ ଅନ୍‌ଲାଇନ୍‌ରେ ସପ୍ତାହବ୍ୟାପୀ ପ୍ରତିଯୋଗିତା କରାଯାଇ ଇ-ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ସେହିପରି ସାମାଜିକ ଦୂରତ୍ୱ ବଜାୟ ରଖି ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୁସୁପଙ୍ଗା, ମଙ୍ଗଳପୁର, ଶିବପୁର, ନୂଆଗାଁ, ପାଇକ ପୁରୁଣାକୋଟ, ନୂଆହାଟ ପଞ୍ଚାୟତର ପ୍ରାୟ ୧୯୦୦ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri