Posted inବୌଦ୍ଧ

ଲକ୍‌ଡାଉନ ଯୋଗୁ ଉଜୁଡିଲା ପରିବା ଚାଷ

ବୌଦ୍ଧ,୨୫ା୪(ସ୍ବ.ପ୍ର.)- ଶିଳ୍ପବିହୀନ ବୌଦ୍ଧ ଏକ କୃଷି ପ୍ରଧାନ ଜିଲା । ଏଠାକାର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାଆନ୍ତି । ଜିଲାରେ ଧାନ ଓ ପନିପରିବା ଚାଷ ଲୋକଙ୍କ ମୁଖ୍ୟ ଆୟକାରୀ ଫସଲ । ସେମାନେ ଚାଷରୁ ହିଁ ନିଜର ପରିବାର ପ୍ରତିପୋଷଣ କରିଥାନ୍ତି । ଚଳିତ ବର୍ଷ ଚାଷୀମାନେ ଧାନ ବିକ୍ରି କରିବାକୁ ମଣ୍ଡିରେ ରଖିଥିଲେ । ହେଲେ ଅଦିନିଆ ବର୍ଷାରେ ତାହା ନଷ୍ଟ ହୋଇଗଲା । ଏହି କ୍ଷତିକୁ ଚାଷୀମାନେ ଭରଣ କରି ନ ଥିବା ବେଳେ ବର୍ତ୍ତମାନ କରୋନା କଟକଣା ପରିବା ଚାଷୀଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି । ଲକ୍‌ଡାଉନ ଯୋଗୁ ଚାଷଙ୍କ ପରିବା ଚାଷ ଏକ ପ୍ରକାର ଉଜୁଡି ଯାଇଛି । ଜମିରେ ତରଭୁଜ, ବାଇଗଣ, ଟମାଟୋ, କାକୁଡି, କଖାରୁ , କଲରା, ଜହ୍ନି ଆଦି ପରିବା ଗଛରେ ରହି ପଚି ଯାଉଛି । ଗାଡି ଚଳାଚଳ ବନ୍ଦ ଯୋଗୁ ସେହି ପରିବା କିଣିବାକୁ କୌଣସି ବ୍ୟବସାୟୀ ଆସି ପାରୁ ନାହାନ୍ତି । ଏଣେ ଚାଷୀ ବି ନିଜ ଜମିର ପରିବା ତୋଳି ହାଟ ବଜାରକୁ ନେଇପାରୁନାହିଁ। ଫଳରେ ଚାଷୀଙ୍କ ଚିନ୍ତା ବଢ଼ିଛି ।
ବୌଦ୍ଧ ସହର ନିକଟ ଗିରସିଙ୍ଗା, ମର୍ଯ୍ୟାଜିପୁର, ମୁର୍ଷୁଣ୍ଡି, ବଢିଙ୍ଗା ଆଦି ଗ୍ରାମରେ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଏକର ଏକର ଜମିରେ ଫଳିଥିବା ପନିପରିବା ପଚି ନଷ୍ଟ ହୋଇଛି । ଯାହାକିଛି ଚାଷୀ ବିକ୍ରି ପାଇଁ ସ୍ଥାନୀୟ ବଜାରକୁ ଆଣୁଥିଲେ ତାହା ଲକ୍‌ଡାଉନ ଯୋଗୁ ବନ୍ଦ ରହିଛି । କେତେକ କ୍ଷେତ୍ରରେ ଚାଷୀ ନିଜ ପରିବାକୁ ଶାଗ ମାଛ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛି । ଏପରି ପରିସ୍ଥିତିରେ ପରିବା ଚାଷୀମାନେ ସେମାନଙ୍କ ଋଣ କିପରି ଶୁଝିବେ ତାହା ଚିନ୍ତା କରିପାରୁନାହାନ୍ତି । ଜିଲା ପ୍ରଶାସନ ଏହି ପରିବା ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…             

ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି...

ବୌଦ୍ଧ ମୁଖ୍ୟ ଡାକଘରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଚୋରି

ବୌଦ୍ଧ ,୧।୧୨ ( ଅଜିତ କୁମାର ବାରିକ) : ବୌଦ୍ଧସହର ମୁଖ୍ୟ ଡାକଘରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ବୌଦ୍ଧ ପୋଲିସ...

ଭିଣୋଇଙ୍କ ଉପରେ ଏତେ ରାଗ, ଶଳାଙ୍କ ଆଖିବୁଜା ଗୁଳିମାଡ଼ରେ…

କଣ୍ଟାମାଳ,୨୦।୧୧( ଆଦିତେଶ୍ୱର ମିଶ୍ର)-  ବୌଦ୍ଧ ଜିଲା  ମନମୁଣ୍ଡା ଥାନା ତିଲପଙ୍ଗା ଗାଁରେ ଗୁରୁବାର ସାରେ ଅଭାବନୀୟ ଘଟଣା ଘଟିଛି। ଶଳାଙ୍କ ଗୁଳିମାଡ଼ରେ ଭିଣୋଇ ଗୁରୁତର ହୋଇଥିବା...

ମହାନଦୀ ସେତୁ ତଳକୁ ଡେଉଁଥିଲେ ଛାତ୍ରୀ, ହଠାତ୍‌…

ବୌଦ୍ଧ,୧୮।୧୧:(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କିଆକଟା ମହାନଦୀ ବ୍ରିଜରୁ ତଳକୁ ଜଣେ ଛାତ୍ରୀ ଡେଇଁବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ଅଗ୍ନିଶମ ବାହିନୀ ତାଙ୍କୁ...

କନଷ୍ଟେବଲଙ୍କୁ ପଥରରେ ଛେଚି ହତ୍ୟା

ହରଭଙ୍ଗା,୧୫।୧୧(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅଧୀନ ଯାଜପୁର ବାଲିସାହି ଗ୍ରାମରେ ଜଣେ କନଷ୍ଟେବଲଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା...

ରାତିଅଧରେ ପ୍ରେମିକାଙ୍କୁ ଘରୁ ଉଠାଇ ଆଣିଥିଲେ ପ୍ରେମିକ, ବାଟରେ ଦାଉ ସାଧିଲା ଦଇବ, ଏବେ ବାହୁନି ବାହୁନି କାନ୍ଦୁଛନ୍ତି…

ବୌଦ୍ଧ,୨ା୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକାଙ୍କୁ ଘରୁ ଉଠାଇ ଆଣିଥିଲେ ପ୍ରେମିକ। ଗଢ଼ିଥାନ୍ତେ ସୁଖ ସଂସାର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri