ଲକ୍‌ଡାଉନ୍‌ ନ ମାନି ଜରିମାନା ଗଣିଲେ ଶତାଧିକ ଲୋକ: ଦୁଇଦିନରେ ୨୯ ଗିରଫ

ଝାରସୁଗୁଡ଼ା ଅଫିସ,୨୬।୩: କରୋନା ମୁକାବିଲା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ସମେତ ବିଭିନ୍ନ କଟକଣା କରାଯାଇଛି। ଏହି ପରିସ୍ଥିତିରେ ମଧ୍ୟ ଲୋକେ ଘରୁ ବାହାରକୁ ବାହାରୁଛନ୍ତି। ତେବେ ଘରୁ ମୋଟରସାଇକେଲ ନେଇ ବାହାରକୁ ଆସୁଥିବା ତିନି ଶହରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରିଛି ଝାରସୁଗୁଡ଼ା ପୋଲିସ। ସେହିପରି ବୁଧବାର ଓ ଗୁରୁବାର ଦୁଇଦିନରେ ବିନା କାରଣରେ ବାହାରେ ବୁଲୁଥିବା ଓ ଦୋକାନ ଖୋଲିଥିବା ଅଭିଯୋଗରେ ମୋଟ ୨୯ ଜଣଙ୍କୁ ଗିରଫ କରାଯାଇଛି। ଏନେଇ ଝାରସୁଗୁଡ଼ା ଥାନା ଅଧିକାରିଣୀ ସାବିତ୍ରୀ ବଳ ସୂଚନା ଦେଇଛନ୍ତି।
ଗୁରୁବାର ସକାଳୁ ଝାରସୁଗୁଡ଼ା ପୋଲିସ ସହରରେ ଲକ୍‌ଡାଉନ୍‌ କଟକଣା ପାଳନ କରିବା ଓ ଲୋକେ ବାହାରକୁ ନ ଆସିବା କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ସହରର କିଷାନ ଛକ, ବସଷ୍ଟାଣ୍ଡ ଛକ, ଥାନା ଛକ ଦେଇ ସହରକୁ ପ୍ରବେଶ କରୁଥିବା ଯାନବାହନ ଯାଞ୍ଚ କରିଥିଲା। ଏହି ଯାଞ୍ଚ ବେଳେ କୌଣସି କାରଣ ନଥାଇ ସହରରେ ବୁଲାବୁଲି କରୁଥିବା ଓ ମୋଟରଯାନ ଆଇନ ଉଲ୍ଲଙ୍ଘନ କରୁଥିବା ପ୍ରାୟ ୧୨୦ଜଣ ଗାଡ଼ିଚାଳକଙ୍କଠାରୁ ଜରିମାନା ଆଦାୟ କରିଛି। ସେହିପରି ଲକ୍‌ଡାଉନ୍‌ ଘୋଷଣା ସତ୍ତ୍ୱେ ବିନା କାରଣରେ ସହରରେ ବୁଲାବୁଲି କରୁଥିବା ଓ ନିୟମ ନ ମାନି ଦୋକାନ ଖୋଲିଥିବା ଅଭିଯୋଗରେ ବୁଧବାର ୬ଟି ମାମଲା ରୁଜୁ କରି ୨୨ଜଣ ଓ ଗୁରୁବାର ୬ଟି ମାମଲା ରୁଜୁ କରି ୭ଜଣଙ୍କୁ ଗିରଫ କରାଯାଇଥିବା ଥାନାଧିକାରୀ ସାବିତ୍ରୀ ବଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ

ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି...

ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍‌, ମଧୁପୁର ପିଏଚ୍‌ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା...

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ

ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

The Bird Suicide Valley: ଦୁଷ୍ଟ ଆତ୍ମା ନା ଅନ୍ୟକିଛି, ଏଇ ଗାଁରେ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା

ଆସାମର ଜାଟିଙ୍ଗା ନାମକ ଏକ ଛୋଟ ଗାଁରେ ପ୍ରତିବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଏକ ଅଜଣା ଘଟଣା ଘଟିଥାଏ। ଏହି ସମୟରେ ବିଭିନ୍ନ ପ୍ରଜାତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image