ଲାଞ୍ଚ ନେଇ କ୍ୟାସିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠିକାଦାର କାମେଶ୍ୱର ତ୍ରିପାଠୀଙ୍କଠାରୁ ସେ ନିଜ କାର୍ଯ୍ୟାଳୟ ପ୍ରକୋଷ୍ଠରେ ୧୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦିନ ପ୍ରାୟ ୧୨ ଟା ୩୦ ବେଳେ ଭିଜିଲାନ୍ସ ଟିମ ଦ୍ୱାରା ଧରାପଡିଥିଲେ।
ଚଢ଼ାଉରେ ନେତୃତ୍ୱ ନେଉଥିବା ବାରିପଦା ଭିଜିଲାନ୍ସ ଡିଭିଜନ ଡିଏସପି ଶରତ ମହାପାତ୍ରଙ୍କ ସୂଚନା ଅନୁଯାୟୀ ଠିକାଦାର ତ୍ରିପାଠୀ ଏହି ବିଭାଗ ଅଧୀନରେ ୨ ଲକ୍ଷ ୮୦ ହଜାର ଟଙ୍କାର ଏକ ଠିକା କାର୍ଯ୍ୟ କରିଥିଲେ। ଏହି କାମ ଗତ ମାର୍ଚ୍ଚ ମାସ ସୁଦ୍ଧା ଶେଷ ହୋଇଥିବା ବେଳେ ସେପ୍ଟେମ୍ବର ମାସ ସୁଦ୍ଧା ବିଲ୍‌ ହୋଇ ପାରି ନାହିଁ। ଏହାର ବିଲ୍‌ କରିବା ପାଇଁ କ୍ୟାସିୟର ସେଜପଡା ୧୪ ହଜାର ଟଙ୍କା ଦାବି କରିଥିଲେ। ଟଙ୍କା ନ ଦେଲେ ବିଲ୍‌ କରିବେନି ବୋଲି କହିଥିଲେ। ଏନେଇ ଠିକାଦାର ତ୍ରିପାଠୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଭିଜିଲାନ୍ସ ବିଭାଗ ଏକ ମାମଲା (ନଂ.୩୩/୧୯)ରୁଜୁ କରିଥିଲା। ପୂର୍ବ ଯୋଜନା ମୁତାବକ ସେଜପଡା ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ଲାଞ୍ଚ ଟଙ୍କା ଜବତ କରିବା ସହିତ ତାଙ୍କୁ ଗିରଫ କରିଥିଲେ। ଏହି କାର୍ଯ୍ୟାଳୟରେ ଚଢ଼ାଉ ବେଳେ ଭିଜିଲାନ୍ସ ବିଭାଗ ବହୁତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ନଗଦ ୩୨ ହଜାର ଟଙ୍କା ଜବତ କରିଛି। ଏହା ସହିତ ବେତନଟୀସ୍ଥିତ ସେଜପଡାଙ୍କ ଘରେ ମଧ୍ୟ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ଇନ୍ସପେକ୍ଟର ବି.ହେମ୍ବ୍ରମ, ଇନ୍ସପେକ୍ଟର ସବିତା ବେହେରା, ତରୁଣ ପାଲବାବୁ, ଲଳିତ ରାଉତଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି...

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ...

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri