ଲାଞ୍ଜିଗଡରେ ସାମାଜିକ ଦୂରତାକୁ ବେଖାତିର

ଲାଞ୍ଜିଗଡ,୫ା୫(ଡି.ଏନ୍‌.ଏ): ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଯେତେ ସଚେତନ କରାଗଲେ ମଧ୍ୟ ବୁଝିବାକୁ ନାରାଜ। ବିଭିନ୍ନ ସ୍ଥାନରେ ଲୋକେ ସାମାଜିକ ଦୂରତାକୁ ବେଖାତିର କରୁଛନ୍ତି । କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଦେଖିବାକୁ ମଳିଛି ଏଭଳି ସ୍ଥିତି। ତେଜରାତି ଦୋକାନ ଓ ଆମିଷ ଦୋକାନମାନଙ୍କରେ ଲୋକେ ଦୂରତା ରଖୁ ନଥିବା ପରିଲକ୍ଷିତ ହେଉଛି। ବ୍ଲକର ଦୁର୍ଗମ ଅଞ୍ଚଳରେ ରାସନ ନେବା ସମୟରେ ଲୋକେ ସାମାଜିକ ଦୂରତାକୁ ଭୁଲିଯାଇଥିବା ନଜରକୁ ଆସୁଛି। ଏଭଳିକି ଲାଞ୍ଜିଗଡ ବ୍ଲକରେ ଥିବା ବିଭିନ୍ନ ବ୍ୟାଙ୍କଗୁଡିକରେ ମଧ୍ୟ ଭିଡ ଦେଖିବାକୁ ମଳୁଛି । ବର୍ତ୍ତମାନ ସରକାର ଧନଜନ ଆକାଉଣ୍ଟମାନଙ୍କରେ ମହିଳାମାନଙ୍କ ପାଇଁ ଟଙ୍କା ପଠାଇଛନ୍ତି। ଏହି ଟଙ୍କା ଉଠାଣ ପାଇଁ ବ୍ୟାଙ୍କମାନଙ୍କରେ ପ୍ରବଳ ଭିଡ ହେଉଛି । ଗ୍ରାହକମାନେ ସାମାଜିକ ଦୂରତାକୁ ରକ୍ଷା କରୁ ନାହାନ୍ତି । ବ୍ଲକର ବେନଗାଁ ଓ ମୁଷାନାଳ ବ୍ୟାଙ୍କରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି । ଗୋଟିଏ ସ୍ଥାନରେ ଲୋକେ ଜମା ହୋଇଥିବା ବେଳେ ଅନେକ ଲୋକଙ୍କ ମୁହରେ ମାସ୍କ ମଧ୍ୟ ନଥିବା ଦେଖିବାକୁ ମଳିଥିଲା । ସେହିପରି ପ୍ରଶାସନ ପକ୍ଷରୁ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲିବାକୁ ଅନୁମତି ଥିବା ବେଳେ ସବୁଠି ସାମାଜିକ ଦୂରତାକୁ ଅଣଦେଖା କରାଯାଉଛି । ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri