ଶଟଡାଉନରେ କଟକଣା କଡାକଡି: ବାଲେଶ୍ୱରରୁ ୫ଶହରୁ ଊର୍ଦ୍ଧ୍ୱ ସ୍ବାବ ସଂଗ୍ରହ

ବାଲେଶ୍ୱର ଅଫିସ, ୨୬।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ୨୬ତାରିଖ ରାତି ୧୦ଟାରୁ ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଶଟଡାଉନ୍‌ ଘୋଷଣା କରାଯାଇଛି। ଶନିବାର କିଛି ଜରୁରୀ ସେବା ବ୍ୟତୀତ ଜିଲାର ସମସ୍ତ ଅଫିସ, ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ସମ୍ପୂର୍ଣ୍ଣ ବନ୍ଦ ରହିଛି। ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ପୋଲିସ ପକ୍ଷରୁ ଯାଞ୍ଚ କଡାକଡି କରାଯାଇଛି। କରୋନା ସମ୍ବନ୍ଧିତ ବିଭିନ୍ନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି। ଶନିବାର ଜିଲାର ବିଭିନ୍ନ ବ୍ଲକରେ ୧୩ଟି ଟିମ୍‌ ଦ୍ୱାରା ୫ଶହରୁ ଉର୍ଦ୍ଧ୍ୱ ସ୍ବାବ ସଂଗ୍ରହ କରାଯାଇଛି। ବିଶେଷ କରି ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ସୋର ବ୍ଲକରେ ସ୍ବାବ ସଂଗ୍ରହ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଆଶା ଓ ଅଙ୍ଗନୱାଡ଼ି କର୍ମୀମାନେ କଣ୍ଟେନମେଣ୍ଟ ଜୋନ୍‌ ଓ ବ୍ଲକରେ ସର୍ଭେ କରିବା ସହ ନମୁନା ସଂଗ୍ରହ କାମ ତ୍ୱରିତ ବେଗରେ ସମ୍ପନ୍ନ କରିଛନ୍ତି। ଜରୁରୀ ପରିସ୍ଥିତିରେ ଲୋକମାନଙ୍କୁ ହେଲ୍ପଲାଇନ୍‌ରେ ଯୋଗାଯୋଗ କରିବାକୁ କୁହାଯାଇଛି। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଏସ୍‌.କେ. ବଶିଷ୍ଠଙ୍କୁ ଜିଲାର ତଦାରଖ ନିମନ୍ତେ ଦାୟିତ୍ୱ ଦିଆଯାଇଥିବାବେଳେ ସ୍ଥିତି ସମ୍ପର୍କରେ ସେ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ସମେତ ଜିଲାର ବରିଷ୍ଠ ପ୍ରଶାସନିକ, ପୋଲିସ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଜିଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଶଟ୍‌ଡାଉନ୍‌ ଆଦେଶ ଏବଂ କଟକଣାର ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସତର୍କ କରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri