ଶାଳଗଣ୍ଡି ସହ ମିନି ଟ୍ରକ୍‌ ଜବତ, ୪ ଗିରଫ

ଦାରିଙ୍ଗବାଡ଼ି,୯।୩(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ସୋମବାର ଚୋରାଚାଲାଣ ହେଉଥିବା ୧୫ ଖଣ୍ଡ ଶାଳକାଠ ସହ ଏକ ମିନିଟ୍ରକକୁ ବନ ବିଭାଗ ଜବତ କରିଛି। ଏଥିରେ ସମ୍ପୃକ୍ତ ଥିବା ୪ଜଣ କାଠମାଫିଆଙ୍କୁ ମାମଲା ନଂ.୮୦/୧୯-୨୦ ଅନୁଯାୟୀ ବନ ବିଭାଗ କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡଗଡ଼ ଗ୍ରାମର କାହ୍ନୁ ଚରଣ ମହାକୁଡ଼, ବ୍ରାହ୍ମଣୀଗଁାର ଆପୁ ମାଝି, ସୁନେସ ମୁଠାମାଝି, ଓ ଗୁରୁବାରୀ ମାଝି।
ପ୍ରକାଶ ଯେ, ଉକ୍ତ ବନାଞ୍ଚଳର ସଂରକ୍ଷିତ ଜଙ୍ଗଲରୁ ଦୃର୍ବୃତ୍ତମାନେ ପୂର୍ବରୁ ବଡ଼ ବଡ଼ ଶାଳ ଗଛ କାଟି ଦେଇଥିଲେ। ତାକୁ ରବିବାର ବିଳମ୍ବିତ ରାତିରେ ଏକ ମିନିଟ୍ରକ (ନଂ ଓଆର-୦୭ଇ-୫୮୭୫)ରେ ଲୋଡ୍‌ କରି ସୋମବାର ଭୋର୍‌ରେ ବଡ଼ଗଡ଼କୁ ବେଆଇନ୍‌ ଚାଲାଣ କରାଯାଉଥିଲା। ଖବର ପାଇ ବନାଞ୍ଚଳ ଅଧିକାରୀ ପ୍ରଦୀପ ବେହେରାଙ୍କ ନିର୍ଦ୍ଦେଶକ୍ରମେ ବନପାଳ ନବୀନ ଚନ୍ଦ୍ର ମଲ୍ଲିକ, ବନରକ୍ଷୀ ଦୀପକ ପଟ୍ଟନାୟକ, ମନୋରଞ୍ଜନ ପରିଚ୍ଛା, ପ୍ରଫୁଲ୍ଲ ଚୌଧୁରୀ ପ୍ରମୁଖ ସଦଳବଳ ଚଢ଼ାଉ କରି ଗାଡ଼ି ସହ କାଠ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri