ଶିକାରୀ ଗିରଫ, ଦେଶୀ ବନ୍ଧୁକ ଜବତ

ଛେଣ୍ଡିପଦା,୪।୬(ସ୍ବ.ପ୍ର)-ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ବନବିଭାଗ ଜଣେ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପାତ୍ରପଡା ଗ୍ରାମର ହାଡିବନ୍ଧୁ ମୁଖି। ଏଥିସହ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରାଯାଇଛି।

ବନବିଭାଗ କହିଛି, ପାତ୍ରପଡାର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରେ ବନବିଭାଗ ପକ୍ଷରୁ ପେଟ୍ରୋଲିଂ ଚାଲିଥିଲା। ସେହିସମୟରେ ହାଡିବନ୍ଧୁ ବନ୍ଧୁକ ଧରି ଶିକାର ପାଇଁ ଯାଉଥିବାବେଳେ ବନବିଭାଗର କର୍ମଚାରୀମାନେ ଚଢାଉ କରି ମାଦେଳିଆ ନାଳ ନିକଟରୁ ତାଙ୍କୁ ଗିରଫ କରିଥିଲେ। ଏହି ଚଢାଉରେ ଛେଣ୍ଡିପଦା ଫରେଷ୍ଟର କଳାକର ପ୍ରଧାନ, ଫରେଷ୍ଟ ଗାର୍‌ ଦୀପକ ମହାନ୍ତିଙ୍କ ସମେତ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ବି.ଫଟକରା ଗାଁରେ ଗୁଳିକାଣ୍ଡ: ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ବଲାଙ୍ଗୀର,୧୯ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ବି. ଫଟକରା ଗାଁରେ ଗତ ୧୧ ତାରିଖ ବିଳମ୍ବିତ ରାତିରେ କିଛି ଯୁବକ ମାରଣାସ୍ତ୍ର...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।...

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ଆୟଠାରୁ ଠୁଳ କରିଛନ୍ତି ଅମାପ ସମ୍ପତ୍ତି, ବନ୍ଧାହେଲେ କୋଟିପତି ଯନ୍ତ୍ରୀ

ଭଞ୍ଜନଗର,୧୨ା୯: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଜନ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁଙ୍କ...

ଜିଲାପାଳଙ୍କୁ ଲାଞ୍ଚ ଦେଇ ବନ୍ଧା ହେଲେ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟ ଅଧିକାରୀ

ବରଗଡ଼,୧୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ବୁଧବାର ୨ ଲକ୍ଷ ଟଙ୍କା ଲାଞ୍ଚ ଦେବାକୁ ଉଦ୍ୟମ କରିବା ଏକ ସିମେଣ୍ଟ ଉତ୍ପାଦନ ପ୍ଲାଣ୍ଟର ଅଧିକାରୀଙ୍କୁ...

ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଦେଢ଼ ମାସ ବିତିଯାଇଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ

ମୋରଡ଼ା,୧୧ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଥିବା ବେଳେ ଘଟଣା ଘଟିବାର ଦେଢ଼ ମାସ ବିତିଯାଇଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri