ଶ୍ରେଷ୍ଠ ଚଳଚ୍ଚିତ୍ର ‘ଭିଜା ମାଟିର ସ୍ବର୍ଗ’

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୧୮ ମସିହା ପାଇଁ ୩୦ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ବରିଷ୍ଠ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ର ଓଡ଼ିିଆ ଚଳଚ୍ଚିତ୍ର ଜଗତର ସର୍ବଶ୍ରେଷ୍ଠ ‘ଜୟଦେବ ପୁରସ୍କାର’ରେ ସମ୍ମାନିତ ହୋଇଛନ୍ତି। ସଂଳାପ ରଚନା ଓ ଚଳଚ୍ଚିତ୍ର ନିର୍ଦ୍ଦେଶନା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ବାବଦରେ ତାଙ୍କୁ ୧ ଲକ୍ଷ ଟଙ୍କା ସହ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରାଯାଇଛି। ଏହାସହ ୨୦୧୮ ମସିହା ପାଇଁ ମୋଟ ୨୭ ବିଭାଗରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ‘ଭିଜା ମାଟିର ସ୍ବର୍ଗ’କୁ ଏଥର ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ ସମ୍ମାନ’ ପ୍ରଦାନ କରାଯାଇଥିବାବେଳେ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ଏହି ଫିଲ୍ମର ମନମୋହନ ମହାପାତ୍ର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି। ୨୦୧୮ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ‘ଭିଜା ମାଟିର ସ୍ବର୍ଗ’ର ମିହିର ଦାସ ପୁରସ୍କୃତ ହୋଇଥିବାବେଳେ ‘ଚମ୍ପିଆନ୍‌’ ଫିଲ୍ମ ପାଇଁ ଅର୍ଚ୍ଚିତା ସାହୁ ଏଥର ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଛନ୍ତି।


ଗୁରୁବାର ସ୍ଥାନୀୟ ଉତ୍କଳ ମଣ୍ଡପଠାରେ ଅନୁଷ୍ଠିତ ସ୍ବତନ୍ତ୍ର ଉତ୍ସବରେ ଉଦ୍‌ଘାଟକ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ମୁଖ୍ୟଅତିଥି ଭାବେ କୃଷି ଓ କୃଷକ ସଶକ୍ତୀକରଣ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଅରୁଣ କୁମାର ସାହୁ, ସମ୍ମାନିତ ଅତିଥିଭାବେ ସଂସ୍କୃତି ଉପଦେଷ୍ଟା ଜନ୍ମ୍ମେଜୟ ଲେଙ୍କା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ବିଭାଗୀୟ ସ୍ବତନ୍ତ୍ର ସଚିବ ଡ. ରାମକୃଷ୍ଣ ସାହୁ, ଚଳଚ୍ଚିତ୍ର ଜୁରି କମିଟି ଅଧ୍ୟକ୍ଷ ତଥା ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ପ୍ରମୁଖ ଯୋଗଦେଇ ପ୍ରତିଭାଙ୍କୁ ପୁରସ୍କୃତ କରିଥିଲେ। ଭାରତର ଅର୍ଥନୀତିରେ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରମୁଖ ଅବଦାନ ରହିଥାଏ। କମର୍ସିଆଲ ଫିଲ୍ମ ଅର୍ଥନୀତିକୁ ସୁଦୃଢ କରିବା ସହ ଅନେକ ଲୋକଙ୍କୁ ନିଯୁକ୍ତି ସୁଯୋଗ ଦେଇଥାଏ ବୋଲି ମନ୍ତ୍ରୀ ସାହୁ ମତବ୍ୟକ୍ତ କରିଥିଲେ। ଚଳଚ୍ଚିତ୍ର ସମାଜର ଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି ସେ କହିଥିଲେ। ଆଗାମୀ ଦିନରେ କିଭଳି ଓଡ଼ିଶାକୁ ଫିଲ୍ମ ଟୁରିଜମ୍‌ ଡେଷ୍ଟିନେଶନରେ ପରିଣତ କରାଯାଇପାରିବ ସେ ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେଉଥିବା ସଂସ୍କୃତି ମନ୍ତ୍ରୀ ପାଣିଗ୍ରାହୀ କହିଥିଲେ। ଓଡ଼ିଆ ଭାଷା, ସାହିତ୍ୟର କ୍ଲାସିକ୍‌ କାହାଣୀ ଓ ଉପନ୍ୟାସକୁ ନେଇ ଫିଲ୍ମ ତିଆରି କରିବାକୁ ସେ ଆହ୍ବାନ ଦେବାସହ ଆଗାମୀ ଦିନରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଭଳି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର କରିବାକୁ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଏହି ଅବସରରେ ସଂସ୍କୃତି ବିଭାଗର ଯୁଗ୍ମ ଶାସନ ସଚିବ ସଂଘମିତ୍ରା ଶତପଥୀ ସ୍ବାଗତ ଭାଷଣ ଦେଇଥିଲେ। ଚଳିତବର୍ଷ ‘ଶ୍ରେଷ୍ଠ ଶିକ୍ଷାଭିିତ୍ତିକ ଶିଶୁ ଚଳଚ୍ଚିତ୍ର’ ପାଇଁ କେହି ଆବେଦନ କରି ନ ଥିବାରୁ ଏହି ବିଭାଗରେ କୌଣସି ସମ୍ମାନ ପ୍ରଦାନ କରାଯାଇ ନ ଥିଲା।

ମୁଁ ଭାଗ୍ୟଶାଳୀ: ବିଜୟ ମିଶ୍ର
ଏହି ପୁରସ୍କାର ମୋତେ ନିଶ୍ଚିତ ଭାବେ କିଛି ନୂଆ ଓ ଭିନ୍ନ ଧରଣର କାହାଣୀ ଲେଖିବା ପାଇଁ ପ୍ରେରଣା ଯୋଗାଇବ। ସବୁ ପୁରସ୍କାରର ଗୁରୁତ୍ୱ ରହିଛି ଏବଂ ମୁଁ ଏହି ପୁରସ୍କାର ପାଇ ଅତ୍ୟନ୍ତ ଭାଗ୍ୟଶାଳୀ।
ଆହୁରି ଭଲ ସିନେମା କରିବି:
ଅକ୍ଷୟ ପରିଜା
ଏହି ପୁରସ୍କାର ମୋତେ ଓଡ଼ିଆରେ ଅଧିକରୁ ଅଧିକ ନୂଆ ଓ ଗବେଷଣାତ୍ମକ ଚଳଚ୍ଚିତ୍ର ନିର୍ମାଣ ପାଇଁ ପ୍ରେରଣା ଯୋଗାଇବ। ମୁଁ ଜାଣିଛି ମୋତେ ଦର୍ଶକଙ୍କ ସହଯୋଗ ଏବେ ଯେମିତି ମିଳୁଛି ଆଗକୁ ମଧ୍ୟ ସେମିତି ମିଳିବ। ଭଲ ସିନେମା ବିଶ୍ୱସ୍ତରରେ ସବୁବେଳେ ପ୍ରଶଂସନୀୟ।
ପୁରସ୍କାରର ଶ୍ରେୟ କାଷ୍ଟ୍‌, କ୍ର୍ୟୁ ମେମ୍ବରଙ୍କୁ ଦେବି: ମିହିର ଦାସ
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବା କଥା ଜାଣିବା ପରେ ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି। ଏହା ମୋ ପାଇଁ ଏକ ବଡ଼ ଉପହାର। ‘ଭିଜା ମାଟିର ସ୍ବର୍ଗ’ ଚଳଚ୍ଚିତ୍ରଟି ପରିବାରର ଭାବନା ଏବଂ ବାପା-ପୁଅ ମଧ୍ୟରେ ଥିବା ସମ୍ପର୍କ ଉପରେ ଆଧାରିତ। ପୁରସ୍କାରର ଶ୍ରେୟ ମୁଁ ସମସ୍ତ କାଷ୍ଟ୍‌ ଓ କ୍ର୍ୟୁ ମେମ୍ବରମାନଙ୍କୁ ଦେବି।
ମୋ ଦାୟିତ୍ୱ ବଢ଼ିଯାଇଛି: ଅର୍ଚ୍ଚିତା
ମୁଁ ଭାଗ୍ୟବାନ୍‌ ଯେ ‘ଚାମ୍ପିଆନ୍‌’ ଭଳି ଏକ ଚଳଚ୍ଚିତ୍ରରେ କାମ କରିବାର ସୁଯୋଗ ପାଇଥିଲି। ଏଥିପାଇଁ ମୁଁ କେ. ମୁରଲୀ ଭାସ୍କର, ଦୀପ୍ତି ମ୍ୟାଡାମ୍‌, ଏନ୍‌. ଗଙ୍ଗାଧର ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଉଛି। ଏହାକୁ ମିଶାଇ ମୁଁ ୫ ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଛି। ଏହାପରେ ଇଣ୍ଡଷ୍ଟ୍ରି ପ୍ରତି ମୋ ଦାୟିତ୍ୱ ଏବଂ କର୍ତ୍ତବ୍ୟ ଆହୁରି ବଢ଼ିିଯାଇଛି ବୋଲି ଭାବୁଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri