ଭୋପାଳ,୮।୮: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ବାବୁଲାଲ ଗୌରଙ୍କର ସ୍ବାସ୍ଥ୍ୟାବସ୍ଥା ଭଲ ନାହିଁ ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁବାର ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସି ନ ଥିବା ଡାକ୍ତର କହିଛନ୍ତି। ସୂଚନାଯୋଗ୍ୟ, ବୁଧବାର ତାଙ୍କ ସ୍ବାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ନର୍ମଦା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଫୁସଫୁସ୍ ସଂକ୍ରମଣ ସହ ନିମୋନିଆରେ ପୀଡିତ ଥିବା ବାବୁଲାଲଙ୍କୁ ବୁଧବାର ଆଇସିୟୁରେ ଭର୍ତ୍ତି କରାଯାଇଥିଲା।