Posted inରାଜ୍ୟ

ସଡ଼କ ସୁରକ୍ଷା ବୈଠକ: ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ନୋଟିସ

ଯାଜପୁର ଅଫିସ,୨୨ା୬: ଯାଜପୁର ଜିଲା ସଡକ ସୁରକ୍ଷା ସମ୍ପର୍କିତ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏଆଇ) ଓ ପୌର ପ୍ରଶାସନର ତଥ୍ୟ ପ୍ରଦାନରେ ଅବହେଳା ଯୋଗୁ ସଡ଼କ ସୁରକ୍ଷା ଆକ୍ସନ ପ୍ଲାନ ପ୍ରସ୍ତୁତିରେ ବିଳମ୍ବ ହେଉଥିବାରୁ ବିରକ୍ତି ପ୍ରକାଶ କରିଛନ୍ତି ଜିଲାପାଳ ରଞ୍ଜନ କୁମାର ଦାସ। ଏଥିସହ ଉଭୟ ଏନ୍‌ଏଚ୍‌ଏଆଇ ଓ ପୌରପ୍ରଶାସନକୁ ନୋଟିସ୍‌ ଜାରି କରିଛନ୍ତି। ଜିଲାପାଳ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହେଲ୍‌ମେଟ ଚେକିଂକୁ ଗୁରୁତ୍ୱ ଦିଆଯାଇଛି। ପୂର୍ବରୁ ହେଲମେଟ୍‌ ଚେକିଂ ସମୟରେ ହେଲମେଟ ପିନ୍ଧି ନ ଥିବା ବାଇକ ଚାଳକଙ୍କୁ ୧୦୦ ଟଙ୍କା ଜରିମାନା କରାଯାଉଥିବା ବେଳେ ବର୍ତ୍ତମାନ ତାହା ୫୦୦ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ଜିଲାପାଳ କହିଥିଲେ ା ଯୁଗ୍ମ ଧରପଗଡ କରାଯାଇ ସଡ଼କ ସୁରକ୍ଷା ନିୟମକୁ ଊଲ୍ଲଂଘନ କରୁଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାସ୍ତା ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ସ୍ଥାନରେ ଚେକିଂ, ଦ୍ରୁତ ଗାଡିକୁ ନିୟନ୍ତ୍ରଣ ପାଇଁ ରୋଡ ବ୍ୟାରିୟର, ସପ୍ତାହରେ ଗୋଟିଏ ଦିନ ଜିରୋ ଟଲେରାନ୍ସ ଦିବସ ମାଧ୍ୟମରେ ସଚେତନତା ସୃଷ୍ଟି ଉଦ୍ୟମ, ସ୍କୁଲ ବସ୍‌ ଗୁଡିକୁ ଅନୁଧ୍ୟାନ ଓ ଆବଶ୍ୟକ ସ୍ଥଳେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ଗୁରୁତ୍ୱ ଦେଇଥିଲେ। ବିଭିନ୍ନ ସତର୍କତାମୂଳକ ଫଳକ ବ୍ୟବହାର, ପାର୍କିଂ ସ୍ଥାନ ଚିହ୍ନଟ ଓ ଫଳକ ପ୍ରଦର୍ଶନ, ଅବାଞ୍ଛିତ ହମ୍ପସ୍‌ ଗୁଡିକୁ ଅପସାରଣ ଇତ୍ୟାଦିକୁ ମଧ୍ୟ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମୀନା, ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଚଣ୍ଡିଖୋଲ ଆରଟିଓ ଲାଲ୍‌ ମୋହନ ସେଠ, ଯାଜପୁର ଭାରପ୍ରାପ୍ତ ଆରଟିଓ, ବ୍ଳ୍‌କ ଶିକ୍ଷା ଅଧିକାରୀ ସ୍ମୃତିରେଖା ନାୟକ, ଏଡିଏମଓ ରୁଦ୍ର ପ୍ରତାପ କର, ସଦସ୍ୟ ପଦ୍ମନାଭ ଜେନା, ଅଶୋକ ପୁହାଣ, ଅନ୍ୟାନ୍ୟ ସଡକ ସୁରକ୍ଷା କମିଟିର ସଦସ୍ୟମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି...

ଶେଷରେ ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ୱର,୨୪।୯: ଆର୍ମି କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର, ମାଡ଼ ସହ ନାନା ନିର୍ଯାତନା ଦିଆଯିବା ଘଟଣାରେ କମିଶନରେଟ୍‌ ପୋଲିସ ବିବାଦ ଘେରକୁ ଆସିଛି।...

ଆଜିଠୁ ଶ୍ରୀମନ୍ଦିରରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ,୨୪ା୯(ଅଜିତ୍‌ କୁମାର ମହାନ୍ତି): ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ...

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ...

ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍‌ ସହ ମିଳିଲା ମୃତଦେହ

ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍‌ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ...

ପୋଖରୀରେ ଭାସୁଛି ୨ ମୃତଦେହ: ପରିଚୟ ଖୋଜୁଛି ପୋଲିସ…

କଣ୍ଟାବାଞ୍ଜି,୨୪।୬: ବଲାଙ୍ଗୀର ଜିଲା ୫୯ ନମ୍ବର ଜାତୀୟ ରାଜପଥ ଭୋଇପଡ଼ା ବୁଲାଣି ପାଖ ଏକ ପୋଖରୀରେ ଭାସୁଛି ୨ ମୃତଦେହ। ଦୁର୍ଘଟଣା ପରେ ଦୁଇ ଯୁବକ...

ମୟୂରଭଞ୍ଜରେ ହାତୀ ଆତଙ୍କ: ଆକ୍ରମଣରେ ଦୁଇ ମୃତ, ତିନି ଗୁରୁତର

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ର ଜାରି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଅନ୍ଧାରରେ ପଞ୍ଚପାଇକ ପୀଠ

ଖୋର୍ଦ୍ଧା,୨୪ା୯(ପ୍ରଭାତ ପାଣିଗ୍ରାହୀ): ବୀରତ୍ୱର ମାଟି ଖୋର୍ଦ୍ଧା। ବିଟ୍ରିଶ ବିରୋଧରେ ପ୍ରଥମ ଆନ୍ଦୋଳନର ସ୍ବର ଏଠାରୁ ଉଠିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଭାରତର ବିଭିନ୍ନ କୋଣ ଅନୁକୋଣକୁ ବ୍ୟାପିଥିଲା।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri