ସବୁ ସହରରେ ପଲିଥିନ ନିଷେଧ

ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ ପରଠାରୁ କୌଣସି ସହରରେ ପଲିଥିନ ବ୍ୟବହାର କିମ୍ବା ବିକ୍ରି କରାଯାଇ ପାରିବ ନାହିଁ। ପଲିଥିନ ଓ ପ୍ଲାଷ୍ଟିକ ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ପକାଉଛି। ଦେଶକୁ ପଲିଥିନ ମୁକ୍ତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ଏହାର ଭୟାବହତାକୁ ଦେଖି ରାଜ୍ୟ ସରକାର ରାଜ୍ୟକୁ ପଲିଥିନ ମୁକ୍ତ କରିବାକୁ ପଦକ୍ଷେପ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୦୧୮ ଅକ୍ଟେବାର ୨ ତାରିଖରୁ ୫ ମହାନଗର ନିଗମ(ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର)ରେ ପଲିଥିନ ଉପରେ କଟକଣା ଲଗାଯାଇଛି। ଅବଶିଷ୍ଟ ୧୦୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି ) ଏବଂ ମ୍ୟୁନିସିପାଲିଟିରେ ମଧ୍ୟ ପଲିଥିନ ଓ ପ୍ଲାଷ୍ଟିକ ଉପରେ କଟକଣା ଜାରି କରାଯାଇଛି । ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସମସ୍ତ ପୌର ସଂସ୍ଥାର କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କୁ ଜଣାଇ ଦିଆଯାଇଛି। କଟକଣା ଜାରି ହେବା ପରେ କୌଣସି ବ୍ୟକ୍ତି ନିଜେ କିମ୍ବା ଅନ୍ୟ କାହାଦ୍ୱାରା ଜାଣିକରି ହେଉ କିମ୍ବା ଅନ୍ୟ ମାଧ୍ୟମରେ ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ କରି ପାରିବେ ନାହିଁ।

୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ, ୨୦୦ ମିଲିଲିଟରରୁ କମ୍‌ ପାଣିବୋତଲ, ଥର୍ମୋକୋଲ, ସାଜସଜ୍ଜା ପାଇଁ ବ୍ୟବହୃତ ଥର୍ମୋକୋଲ, ପ୍ଲାଷ୍ଟିକ ଚାମଚ, କପ, ପ୍ଲେଟ, ଗ୍ଲାସ, ଥାଳିଆ, ପାଣି ପାଉଚ ଆଦି ସାମଗ୍ରୀ ଉପରେ କଟକଣା ଜାରି କରାଯାଇଛି। ପୂଜାସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ବିବାହ ପାର୍ଟି, ଅଫିସ, ଆଉଟଡୋର କ୍ୟାଟରିଂ ଆଦି ସ୍ଥାନରେ ପଲିଥିନ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ମହାନଗର ନିଗମର କମିଶନର ଓ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଲିଥିନ ନିଷେଧକୁ ସଫଳ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri