ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି ବିଷୟରେ ବ୍ୟବସାୟୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଶନିବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମହାନଗର ନିଗମ ଓ ପୌରାଞ୍ଚଳରେ ଖାଦ୍ୟ ନିରାପତ୍ତା ବିଷୟକୁ ନିୟମିତ ସମୀକ୍ଷା କରିବା ସହ ଏକ ସ୍ବତନ୍ତ୍ର ସଚେତନତା ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଅଭିଜ୍ଞ ସଂସ୍ଥାଗୁଡିକ ଜରିଆରେ ଖାଦ୍ୟ ନିରାପତ୍ତାକୁ କଡାକଡି ଭାବେ ପାଳନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର ମହାନଗର ନିଗମର କେତେକ ଅଞ୍ଚଳକୁ ନିରାପଦ ରାସ୍ତାପାର୍ଶ୍ୱ ଖାଦ୍ୟ ଅଞ୍ଚଳ ଭାବେ ବିକଶିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।
ଖାଦ୍ୟ ନିରାପତ୍ତା କମିଶନର ଯାମିନୀ ଷଡଙ୍ଗୀ ବୈଠକରେ ସୂଚନା ଦେଇ କହିଥିଲେ ଯେ ଗତ ୩ ବର୍ଷ ମଧ୍ୟରେ ରାଜ୍ୟରେ ଖାଦ୍ୟ ବ୍ୟବସାୟୀମାନଙ୍କର ପଞ୍ଜୀକରଣ ବୃଦ୍ଧି ପାଇଛି। ୨୦୧୬-୧୭ରେ ମୋଟ ୫୦୨୬ ବ୍ୟବସାୟୀ ପଞ୍ଜୀକୃତ ହୋଇଥିବା ବେଳେ ୨୦୧୭-୧୮ ଏବଂ ୨୦୧୮-୧୯ରେ ଯଥାକ୍ରମେ ୨୫,୮୨୨ ଓ ୩୬, ୬୨୨କୁ ବୃଦ୍ଧି ପାଇଛି।
ରାଜ୍ୟର ଖାଦ୍ୟ ପଞ୍ଜୀକରଣ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଅନ୍‌ଲାଇନ କରାଯାଇଛି। ଇତିମଧ୍ୟରେ ରାଜ୍ୟର ଖାଦ୍ୟ ପରୀକ୍ଷାଗାର ଭାରତୀୟ ଫୁଡ୍‌ ସେଫ୍ଟି ଷ୍ଟାଣ୍ଡାର୍ଡ କର୍ତ୍ତୃପକ୍ଷଙ୍କର ସ୍ବୀକୃତି ଲାଭ କରିଛି। ୨୦୧୮-୧୯ ଆର୍ଥିକ ବର୍ଷରେ ମୋଟ ୩୨୭ଟି ନମୁନା ସଂଗ୍ରହ କରାଯାଇଛି। ସେଥିରୁ ୪୭ଟି ବିରୋଧରେ ମକଦ୍ଦମା କରାଯାଇଛି। ଏହାଛଡା ମେଳା ମହୋତ୍ସବ ଆଦିରୁ ୧୫୯୯ଟି ନମୁନା ସଂଗ୍ରହ କରାଯାଇଛି। ସେଥିରୁ ୪୭୭ ନମୁନା ଅପମିଶ୍ରିତ ବୋଲି ଜଣାପଡିଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଭ୍ରାମ୍ୟମାଣ ପରୀକ୍ଷାଗାର ମାଧ୍ୟମରେ ୧୮୩୨ ନମୁନା ସଂଗ୍ରହ କରାଯାଇଛି। ଏଥିସହିତ ୧୪୦ଟି ସଚେତନତା ଶିବିର ଓ ୨୦ଟି ତାଲିମ ଶିବିର ଆୟୋଜନ କରାଯାଇଥିବା ବୈଠକରେ ସୂଚନା ଦିଆଯାଇଛି।
ଏହି ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ, ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କ ସହ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri