ସାପ କାମୁଡ଼ାରେ ୨ ମୃତ, ଜଣେ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୧୨ା୬ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ୩ଟି ପୃଥକ ସ୍ଥାନରେ ସାପ କାମୁଡାରେ ଜଣେ ନାବାଳିକା ଓ ଜଣେ ମହିଳାଙ୍କ ମଙ୍ଗଳବାର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଯୁବତୀ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ଜଣାପଡିଛି।
ତେଲକୋଇ ଥାନା ଅନ୍ତର୍ଗତ ଆକୁଳ ଗ୍ରାମରେ କୁମାରୀ ମୁଣ୍ଡା ନାମ୍ନୀ ଜଣେ ନାବାଳିକା ସୋମବାର ରାତିରେ ଘରେ ଶୋଇଥିବା ବେଳେ ଏକ ପାହାଡିଆ ଚିତି ସାପ ତାଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ କୁମାରୀଙ୍କୁ ପ୍ରଥମେ ତେଲକୋଇ ଡାକ୍ତରଖାନା ଆଣି ପରେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। କେନ୍ଦୁଝରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ସେହିପରି ସଦର ଥାନା ନିଶ୍ଚିନ୍ତପୁର ଗ୍ରାମରେ ସାପ କାମୁଡାରେ ତୁଳସୀ ମୁଣ୍ଡା ନାମକ ଜଣେ ଯୁବତୀ ଅସୁସ୍ଥ ହୋଇ ଜିଲା ମୁଖ୍ୟଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ସେ କାନଝରୀ ଡ୍ୟାମ ନିକଟରେ ମାଛ ଧରୁଥିବା ବେଳେ ତାଙ୍କୁ ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଆସିଥିଲେ। ଆମ ଢେଙ୍କିକୋଟ ପ୍ରତିନିଧି ଜଣାଇଛନ୍ତି ଯେ, ବଡ଼ ମସିଣା ବିଲା ପଞ୍ଚାୟତ ବଡ଼ ମସିଣା ବିଲା ଗ୍ରାମରେ ସୋମବାର ରାତିରେ ଏକ ବିଷଧର ସାପ କାମୁଡ଼ିବାରୁ ଉଗ୍ରେସନ ନାଏକଙ୍କ ସ୍ତ୍ରୀ ସୁଲୋଚନା ନାଏକ(୫୦)ଙ୍କର ମୃତ୍ୟୁ ଘଟିଛି। ଗରମ ଗୁଳୁଗୁଳି ହେଉଥିବାରୁ ସେ ଘର ବାରଣ୍ଡାରେ ଶୋଇଥିଲେ। ମଧ୍ୟରାତ୍ରିରେ କୌଣସି ଏକ ବିଷଧର ସାପ କାମୁଡ଼ିବାରୁ ସୁଲୋଚନା ଚିତ୍କାର କରିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ଘଟଗାଁ ଡାକ୍ତରଖାନାକୁ ନେଇଆସିଥିଲେ। ସୁଲୋଚନାଙ୍କ ଅବସ୍ଥା ଗୁରୁତର ଥିବାରୁ ପରେ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଚିକିତ୍ସିତ ଅବସ୍ଥାରେ ମଙ୍ଗଳବାର ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା ଡାକ୍ତରଖାନାରେ ପହଞ୍ଚି ମୃତ ସୁଲୋଚନାଙ୍କ ମୃତଦେହ ଜବତ କରି ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ- ୨୭/୧୯) ରୁଜୁ କରି ବ୍ୟବଚ୍ଛେଦ କରାଇଛନ୍ତି। ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri