ସାପକୁ ଭଲ ପାଆନ୍ତି ଅନନ୍ୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେ କିଛି ଦିନ ହେବ ପ୍ରେମିକ ଆଦିତ୍ୟ ରୟ କପୁରଙ୍କ ସହ ଡେଟିଂକୁ ନେଇ ଚର୍ଚ୍ଚାରେ ଥିଲେ। ହେଲେ ଏବେ ସେ ଆଉ କିଛି କାରଣ ପାଇଁ ସମସ୍ତଙ୍କ ନଜରକୁ ଆସିଛନ୍ତି। ନିକଟରେ ଅନନ୍ୟାଙ୍କ କିଛି ପୋଷ୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଫଟୋଗୁଡ଼ିକରେ ଅନନ୍ୟା ତାଙ୍କ ହାତରେ ଏକ ଅଜଗର ପରି ଦେଖାଯାଇଥିବା ଏକ ବିଷଧର ସାପ ସହିତ ଖେଳୁଥିବା ନଜରକୁ ଆସିଛନ୍ତି। ଏପରିକି ସାପଙ୍କ ସହିତ ଫଟୋ ପୋଷ୍ଟ କରି ସେ କ୍ୟାପ୍ସନରେ ଲେଖିଛନ୍ତି, ସେ ସାପକୁ ବହୁତ ପସନ୍ଦ କରନ୍ତି, ସାପ ତାଙ୍କର ପ୍ରିୟ ପ୍ରାଣୀ। ଏଥିସହ କୁକୁରକୁ ମଧ୍ୟ ସେ ଅତ୍ୟନ୍ତ ଭଲ ପାଆନ୍ତି। ଏହା ଅନନ୍ୟାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। କିଛି ଦିନ ତଳେ ଅନନ୍ୟା ମୁକେଶ ଅମ୍ବାନିଙ୍କ ନାତିଙ୍କ ଜନ୍ମଦିନ ପାର୍ଟିରେ ଉପସ୍ଥିତ ଥିବାବେଳେ ଏପରି ଫଟୋ ଉଠାଇଥିବା ଜଣାପଡ଼ିଛି। ତାଙ୍କର ଏହି ଫଟୋରେ ଅନେକେ ଭିନ୍ନ ଭିନ୍ନ କମେଣ୍ଟ କରିଛନ୍ତି। ତେବେ ଅନନ୍ୟା ୨୦୧୯ରେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଶେଷଥର ତାଙ୍କୁ ସିନେମା ‘ଡ୍ରିମ ଗର୍ଲ ୨’ରେ ଦେଖିବାକୁ ମିଳିଥିଲା। ଏବେ ତାଙ୍କ ହାତରେ ଆଉ ୩ଟି ଫିଲ୍ମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ...

ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍‌…

ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି...

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର...

ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ...

ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri