ସିଲ୍‌ ହେଲା ଇଭିଏମ୍‌, ଭିଭିପିଏଟି

ଅନୁଗୋଳ ଅଫିସ, ୩୧।୫- ନିର୍ବାଚନରେ ବ୍ୟବହାର ହୋଇଥିବା ୧୧୬୩ଟି କଣ୍ଟ୍ରୋଲ ୟୁନିଟ୍‌, ୧୧୬୩ ବାଲଟ୍‌ ୟୁନିଟ୍‌ ଓ ୧୧୬୩ଟି ଭିଭିପିଏଟିକୁ ଗୁରୁବାର ସୌଭାଗ୍ୟନଗରସ୍ଥିତ ଗୃହରକ୍ଷୀ କାର୍ଯ୍ୟାଳୟ ପାର୍ଶ୍ୱରେ ନବ ନିର୍ମିତ ସ୍ବତନ୍ତ୍ର ଗୃହରେ ସିଲ୍‌ କରାଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଓ ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ ଇଭିଏମ୍‌ ଓ ଭିଭିପିଏଟିକୁ ସିଲ୍‌ କରାଯାଇ ସୁରକ୍ଷିତ ଭାବେ ରଖାଯାଇଥିଲା। ସୁରକ୍ଷା ପାଇଁ ୧୨ଟି କୋଠରିର ବିଦ୍ୟୁତ ସଂଯୋଗ କଟାଯିବା ସହ ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ବୁଧବାର ଜିଲାପାଳ ମନୋଜ କୁମାର ମହାନ୍ତି ୭ଟି ଗୃହର ସିଲ୍‌ କାର୍ଯ୍ୟକୁ ତଦାରଖ କରିଥିବାବେଳେ ଗୁରୁବାର ଅତିରିକ୍ତ ଜିଲାପାଳ ଓ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅବଶିଷ୍ଟ ୫ଟି କୋଠରିର ସିଲ୍‌ କାର୍ଯ୍ୟ ତଦାରଖ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ବୈତୁରା ଦୀପ୍‌, ଡେପୁଟି କଲେକ୍ଟର (ନିର୍ବାଚନ) ଲମ୍ବୋଦର ମାରାଣ୍ଡି, ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନର ଡିପିଓ ପ୍ରଦୋଷ କୁମାର ଶତପଥୀ, ବିଜୁ ଜନତା ଦଳର ପ୍ରିୟଦର୍ଶୀ ପଟ୍ଟନାୟକ ଓ ବହୁଜନ ସମାଜ ପାର୍ଟିର କୁମୁଦ ଚନ୍ଦ୍ର ନାୟକଙ୍କ ସମେତ ସୁରକ୍ଷା କର୍ମୀମାନେ ଉପସ୍ଥିତ ଥିଲେ। ୨ ଏକର ୩୦ ଡେସିମିଲ୍‌ ଜାଗାରେ ନିର୍ମିତ ଏହି ଷ୍ଟ୍ରଙ୍ଗରୁମ୍‌ ପାଇଁ ନିର୍ବାଚନ କମିଶନ ୩ କୋଟି ୨୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଆସନ୍ତା ନିର୍ବାଚନ ସମୟରେ ଏହି ସ୍ଥାନରେ ଷ୍ଟ୍ରଙ୍ଗରୁମ୍‌ ସହ ଭୋଟ ଗଣନା କେନ୍ଦ୍ର ପ୍ରତିଷ୍ଠା କରାଯିବାର ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri