ସୁନ୍ଦରଗଡ଼ରେ ସରପଞ୍ଚଙ୍କ ସମେତ ୭ କରୋନା ଆକ୍ରାନ୍ତ ଚିହ୍ନଟ: ଡମକୁଡ଼ା ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ସୁନ୍ଦରଗଡ଼,୯।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ସରପଞ୍ଚ ଥିବା ବେଳେ ଦୁଇଜଣ ଜଗୁଆଳୀ ଏବଂ ସବ୍‌ଡେଗା ଟିଏମ୍‌ସିର ୪ଜଣ ପ୍ରବାସୀ ଅଛନ୍ତି। ପ୍ରବାସୀମାନେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ତେବେ ସମସ୍ତ ଆକ୍ରାନ୍ତଙ୍କୁ ରାଉରକେଲା ହାଇଟେକ୍‌ କୋଭିଡ ଡାକ୍ତରଖାନାକୁ ପଠାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୮ରେ ପହଞ୍ଚିଛି। ନୂତନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଡମକୁଡ଼ା ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଏଥିସହ ସବ୍‌ଡେଗା ବ୍ଲକର କର୍ମଚାରୀ ଏବଂ ସରପଞ୍ଚଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ପଠାଯାଇଥିବା ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri