Posted inଜାତୀୟ

ସୁପ୍ରିମକୋର୍ଟରେ ଖାରଜ ହେଲା ଚିଦାମ୍ବରମଙ୍କ ଆବେଦନ

ନୂଆଦିଲ୍ଲୀ,୨୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଲାଗିଛି ଝଟ୍‌କା। ସୋମବାର ସୁପ୍ରିମକୋର୍ଟ ଚିଦାମ୍ବରମଙ୍କ ସିବିଆଇ ମାମଲାର ଆବେଦନକୁ ଖାରଜ କରି ଦେଇଛନ୍ତି। ସିବିଆଇ ଦ୍ୱାରା ଚିଦାମ୍ବରମ ଗିରଫ ହେବା ପରେ ତାଙ୍କ ଆବେଦନ ବ୍ୟର୍ଥ ବୋଲି କହି କୋର୍ଟ ଏହାକୁ ଖାରଜ କରି ଦେଇଛନ୍ତି। ତେବେ ଚିଦାମ୍ବରଙ୍କ ଓକିଲ କପିଲ ଶିବଲ ଓ ଅଭିଶେକ ମନୁ ସିଂଘବି ଯୁକ୍ତି ବାଢିଥିଲେ କି ମାମଲା ବିଚାରଧୀନ ଥିବା ଅବସ୍ଥାରେ ସିବିଆଇ ଚିଦାମ୍ବରମଙ୍କୁ ଗିରଫ କରିବାର ନ ଥିଲା। ହେଲେ କୋର୍ଟ ଏମାନଙ୍କ ଦଲିଲକୁ ନ ଶୁଣି ଉକ୍ତ ଆବେଦନକୁ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ହାଇକୋର୍ଟଙ୍କ ଦ୍ୱାରା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କ ଆଗୁଆ ଜାମିନ ଆବେଦନ ରଦ୍ଦ କରାଯାଇଥିଲା। ହେଲେ ଏହି ନିଷ୍ପତ୍ତି ବିରୋଧରେ କରାଯାଇଥିବା ଆବେଦନକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟର ଜଷ୍ଟିସ ଭାନୁମତି ଶୁଣାଣି ସମୟରେ କହିଛନ୍ତି, ସୁପ୍ରିମକୋର୍ଟ ସମ୍ବିଧାନ ପୀଠର ନିଷ୍ପତ୍ତି ହେଉଛି ଗୋଟିଏ ଥର ଗିରଫ ହେବା ପରେ ଆଗୁଆ ଜାମିନ ଆବେଦନ ବ୍ୟର୍ଥ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri