ସୁସଜ୍ଜିତ ପୂଜା ମଣ୍ଡପରେ ତୋରଣ ଶୋଭା: ୧୭୮ ମଣ୍ଡପରେ ବିଜେ ମା’ ଜଗଜ୍ଜନନୀ

ବାରିପଦା ଅଫିସ,୬।୧୦- ମୟୂରଭଞ୍ଜ ଜିଲାରେ ଏଥର ୧୭୮ ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ଅନୁଷ୍ଠିତ ହେଉଛି। କେବଳ ବାରିପଦା ସହରରେ ୨୬ ଟି ସ୍ଥାନରେ ସୁସଜ୍ଜିତ ପୂଜାମଣ୍ଡପରେ ଶନିବାର ମହାସପ୍ତମୀ ପୂଜାରେ ଶ୍ରଦ୍ଧାଳୁଙ୍କ ବେଶ୍‌ ଗହଳ ଚହଳ ଦେଖିବାକୁ ମିଳିଛି। ସୁସଜ୍ଜିତ ତୋରଣ, ରଙ୍ଗିନ ଆଲୋକମାଳା ଓ ମିନା ବଜାର ପରିବେଶକୁ ଉତ୍ସବମୁଖର କରିଛି। ବାରିପଦା ସହରର ପଲବଣି ଗୋଳେଇ, ତୁଳସୀଚୌରା, ମୁର୍ଗବାଡି ଗୋଳେଇ ସମେତ ବିଭିନ୍ନ ପୂଜା ମଣ୍ଡପରେ ଏଥର ସ୍ବତନ୍ତ୍ର ତଥା ଆକର୍ଷଣୀୟ ତୋରଣମାନ ନିର୍ମାଣ କରାଯାଇଛି। ଶଙ୍ଖ, ଘଣ୍ଟ ଓ ମନ୍ତ୍ର ଧ୍ୱନିରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ ପରିବେଶ । ଏଥିସହ ଜିଲାର ବିଭିନ୍ନ ଶକ୍ତିପୀଠରେ ଶନିବାର ମହାଷ୍ଟମୀ ପୂଜା ସମ୍ପନ୍ନ ହୋଇଛି। ଖିଚିଂର ମା’ କିଚକେଶ୍ୱରୀ, ବାଙ୍ଗରିପୋଷିର ମା’ ଦ୍ୱାରଶୁଣି , ବାରିପଦାର ମା’ ଅମ୍ବିକା ଙ୍କ ମନ୍ଦିରରେ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ଏସବୁ ପୀଠରେ ମା’ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଅସ୍ଥାୟୀ ପୂଜାମଣ୍ଡପରେ ମହାଷ୍ଟମୀଠାରୁ ମହାଦଶମୀ ଯାଏ ପ୍ରବଳ ଭିଡ ହେବାର ସମ୍ଭାବନା ଥିବାରୁ ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇଛି । ଆଇନ ଏଥିପାଇଁ ସ୍ବତନ୍ତ୍ର ସ୍କ୍ବାର୍ଡ ଗଠନ କରାଯାଇଛି । ବାରିପଦା ସହରରେ ୧୦ ପ୍ଲାଟୁନ ଫୋର୍ସ ମୂତୟନ ରହିଛନ୍ତି। ସେହିପରି କରଞ୍ଜିଆ, ରାଇରଙ୍ଗପୁର, ଉଦଳା ଓ ବେତନଟୀ ପୋଲିସ ଉପଖଣ୍ଡରେ ୧୦ ପ୍ଲାଟୁନ ଫୋର୍ସ ମୂତୟନ ଥିବା ଜଣାପଡିଛି। ବାରିପଦା ସହରରେ ବିଭିନ୍ନ ସ୍ଥାନରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ଅଘଟଣ: ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

ବାରିପଦା,୧୭।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର...

ସବୁ ସାରିଦେଲା ଲଘୁଚାପ ବର୍ଷା, ଜଣଙ୍କ କାନ୍ଥ ଭାଙ୍ଗି ଆଉ ଜଣଙ୍କ ଘରେ…

ମୋରଡ଼ା,୧୫ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ଦୁଇଦିନ ହେବ ବର୍ଷା ଲାଗି ରହିଛି। ସେହିପରି ମୋରଡ଼ା ବ୍ଲକରେ ମଧ୍ୟ ବର୍ଷା ଜାରି...

ଗଛରେ ପିଟି ହୋଇଗଲା ବୋଲେରୋ, ଭିତରେ ଥିଲେ ୧୩ଜଣ..

ବାରିପଦା,୧୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶନିବାର ବିଳମ୍ବିତ ରାତିରେ ବାରିପଦା ସହର ଉପକଣ୍ଠ ପୃଥକ ଦୁର୍ଘଟଣାରେ ୪ ଯୁବକଙ୍କ ମୃତ୍ୟୁ ଘଟିଛି । ପାଲବଣି ସ୍ଥିତ ୧୮ନଂ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri