Posted inଜାତୀୟ

ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ

ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ଏହି ମାମଲାର ଶୁଣାଣି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ବେଞ୍ଚ୍‌ରେ ଅଗଷ୍ଟ ୬ରୁ ଚାଲିଛି। ୨୩ ତାରିଖରୁ ଶୁଣାଣି ଅପରାହ୍ନ ୪ଟା ପରିବର୍ତ୍ତେ ୫ଟା ପର୍ଯ୍ୟନ୍ତ ଚାଲିବ ବୋଲି ଉଭୟ ହିନ୍ଦୁ ଓ ମୁସଲମାନ ପକ୍ଷଙ୍କୁ ଅଦାଲତ ଜଣାଇଦେଇଛନ୍ତି। ଉକ୍ତ ସାମ୍ବିଧାନିକ ପୀଠରେ ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ, ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ଏସ୍‌.ଏ. ନାଜିର ରହିଛନ୍ତି।
ସୁପ୍ରିମକୋର୍ଟରେ ନବନିଯୁକ୍ତ ୪ ବିଚାରପତି କ୍ରିଷ୍ଣା ମୁରାରି, ଏସ୍‌.ଆର୍‌. ଭଟ୍ଟ, ଭି. ରାମସୁବ୍ରମଣ୍ୟନ୍‌ ଏବଂ ହୃଷୀକେଶ ରାୟ ସୋମବାର ଶପଥ ନେବା ଆଶା କରାଯାଉଛି। ଅଯୋଧ୍ୟା ମାମଲାର ଶୁଣାଣି ଅକ୍ଟୋବର ୧୮ରେ ଶେଷ କରିବା ପାଇଁ ଅଦାଲତ ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ମଧ୍ୟଭାଗରେ ରାୟ ପ୍ରକାଶ ପାଇବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୫୦ ସୁଦ୍ଧା ୨ ଗୁଣା ପ୍ଲାଷ୍ଟିକ୍‌ ବର୍ଜ୍ୟ

ନୂଆଦିଲ୍ଲୀ,୧୬ା୧୧(ପି.ଟି.):ସାରା ବିଶ୍ୱରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ପରିମାଣ ୨୦୫୦ ବେଳକୁ ଦୁଇଗୁଣା ହୋଇପାରେ। ଏହାର ସମାଧାନ ପାଇଁ ଉପଯୁକ୍ତ ନୀତି ପ୍ରଣୟନ ନିମନ୍ତେ ଗବେଷକମାନେ ପ୍ରସ୍ତାବ ଦେଇଛନ୍ତି।...

୧୭ ବର୍ଷ ପରେ ଏହି କାମ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬-୧୭ ନଭେମ୍ବରରେ ନାଇଜେରିଆ ଗସ୍ତ କରିବେ। ଏହା ସହିତ ତାଙ୍କର ତିନୋଟି ଦେଶ ଗସ୍ତ ଆରମ୍ଭ ହେବ। ୧୬-୧୭ ନଭେମ୍ବରରେ...

ସମୁଦ୍ର ମନ୍ଥନରୁ ‘ବିଷ’

ନୂଆଦିଲ୍ଲୀ/ଅହମଦାବାଦ,୧୬ା୧୧: ଦେଶର ସୁନାମଧନ୍ୟ ନିଶାଦ୍ରବ୍ୟ ନିରୋଧୀ ଏଜେନ୍ସି ଏନ୍‌ସିବି ଶୁକ୍ରବାର ୭୦୦ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ କରିଛି। ମେଥ୍‌ ବା ମେଥାମ୍ଫେଟାମାଇନ୍‌ ହେଉଛି ମାନସିକ ସ୍ଥିତି,...

ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ଆଖିବୁଜିଲେ ୧୦ ନବଜାତ ଶିଶୁ

ଲକ୍ଷ୍ନୌ, ୧୬।୧୧: ଝାନ୍ସି,୧୬ା୧୧:ଉତ୍ତରପ୍ରଦେଶ ଝାନ୍ସିସ୍ଥିତ ରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜର ଶିଶୁ ଓ୍ବାର୍ଡରେ ଶୁକ୍ରବାର ରାତିରେ ନିଆଁଲାଗି ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିବା ସହ...

ସ୍ତ୍ରୀ’ଙ୍କୁ ଚାକିରୀ ଛାଡିବାକୁ ବାଧ୍ୟ କରିବା ନିଷ୍ଠୁରତା, ମହିଳାଙ୍କୁ ଛାଡ଼ପତ୍ର ଅନୁମତି ଦେଲେ କୋର୍ଟ

ନୂଆଦିଲ୍ଲୀ,୧୪ା୧୧: ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ଚାକିରି ଛାଡି ନିଜ ଇଚ୍ଛା ଅନୁଯାୟୀ ବଞ୍ଚିବାକୁ ବାଧ୍ୟ କରିବା ନିଷ୍ଠୁରତା ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି। ଏଥିସହିତ...

ନାମକୁ ଝାଡଖଣ୍ଡ ନିର୍ବାଚନ, ଟାର୍ଗେଟରେ ବିହାର

ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ଜାମୁଇ ଗସ୍ତ କରିଥିଲେ। ଯେଉଁଠାରେ ସେ ଜନଜାତି ଗୌରବ ଦିବସ ଅବସରରେ ଆଦିବାସୀ ସମାଜର ଭଗବାନ କୁହାଯାଉଥିବା...

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri