ସ୍ବଚ୍ଛ ଭାରତ ମିଶନ: ସରିଛି ୭୩.୨୫ ପ୍ରତିଶତ ଶୌଚାଳୟ ନିର୍ମାଣ: ଜୁଲାଇ ୨୦ ସୁଦ୍ଧା ଅବଶିଷ୍ଟ ସାରିବାକୁ ଲକ୍ଷ୍ୟ

ବନ୍ତ, ୨୧।୬ (ସ୍ବ.ପ୍ର.) – ପରିବେଶ ସ୍ବଚ୍ଛତା ସହିତ ଖୋଲାରେ ଶୌଚ ନ ହେବା ପାଇଁ କେନ୍ଦ୍ର ସରକାର ୨୦୧୬ ଅ୍ରକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ସ୍ବଚ୍ଛ ଭାରତ ମିଶନ ଯୋଜନା ପ୍ରଚଳନ କରିଥିଲେ। ପ୍ରତି ପରିବାରକୁ ଶୌଚାଳୟ ନିର୍ମାଣ ସକାଶେ ୧୨ ହଜାର ଟଙ୍କାର ଅନୁଦାନ ରାଶି ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଥିଲା। ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ ପଞ୍ଚାୟତରେ ମୋଟ ୩୩ ହଜାର ୪୪୨ ହିତାଧିକାରୀଙ୍କୁ ଶୌଚାଳୟ ନିର୍ମାଣ ପାଇଁ କାଯର୍‌ୟାଦେଶ ପ୍ରଦାନ କରାଯାଇଥିଲା। ସେଥିମଧ୍ୟରୁ ଏପର୍ଯ୍ୟନ୍ତ ୨୪ ହଜାର ୨୧୫ ଶୌଚାଳୟ ନିର୍ମାଣ ସରିଥିବା ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ୭୩.୨୫ ପ୍ରତିଶତ ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଅବଶିଷ୍ଟ ୯୦୦୭ ଶୌଚାଳୟ ନିର୍ମାଣ ଲାଗି ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଥିବା ବିଭାଗୀୟ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ବେହେରା କହିଛନ୍ତି।
ସୂଚନା ଅନୁଯାୟୀ, ବ୍ଲକର ୨୫ ପଞ୍ଚାୟତ ମଧ୍ୟରୁ ଟିଲୋ ୯୭.୫୮ ପ୍ରତିଶତ, ଆଡ଼ିଆ ୯୭.୫୧ ଏବଂ ଓଡଙ୍ଗ ୯୬.୨୮ ପ୍ରତିଶତ ଶୌଚାଳୟ ନିର୍ମାଣ ସମ୍ପୂର୍ଣ୍ଣ କରି ସର୍ବାଗ୍ରେ ରହିଥିବା ବେଳେ କେନ୍ଦୁଆପଦା ୩୯ ପ୍ରତିଶତ, ବି.ଟି.ପୁର ୪୬.୫୯ ଓ ପଧାନପଡା ୪୮.୯୭ ପ୍ରତିଶତ ନିର୍ମାଣ କରି ନିମ୍ନରେ ରହିଛି। ମନ୍ଥର ଗତିରେ ନିର୍ମାଣ କାର୍ଯ୍ୟ କରୁଥିବା ପଞ୍ଚାୟତଗୁଡ଼ିକରେ ଖୁବ୍‌ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ସମ୍ପୃକ୍ତ ପଞ୍ଚାୟତ କିମ୍ବା ନିକଟସ୍ଥ ପଞ୍ଚାୟତର ମୋଟିଭେଟର ଓ ମହିଳା ସ୍ବୟଂସହାୟକ ଗୋଷ୍ଠୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯିବାକୁ ସ୍ଥିର କରାଯାଇଛି। ଆସନ୍ତା ଜୁଲାଇ ୨୦ ତାରିଖ ସୁଦ୍ଧା ଲକ୍ଷ୍ୟଧାର୍ଯ୍ୟ ପୂରଣ କରାଯିବାକୁ ପ୍ରସ୍ତୁତି ଚାଲିଛି। ୨୦ ତାରିଖ ସୁଦ୍ଧା ରିପୋର୍ଟ ପ୍ରଦାନ କରାଯିବ ଏବଂ ଅକ୍ଟୋବର ଶେଷ ସୁଦ୍ଧା ତଦନ୍ତ କାର୍ଯ୍ୟ ଶେଷ ହେବାର ଯୋଜନା ରହିଛି। ଏଥିପାଇଁ ସମସ୍ତ ମୋଟିଭେଟର ଓ ସ୍ବୟଂସହାୟକ ଗୋଷ୍ଠୀଙ୍କୁ ନେଇ ଶୁକ୍ରବାର ସ୍ବତନ୍ତ୍ର ବୈଠକ ଡକାଯାଇଛି। ଯୋଜନାରୁ ବାଦ୍‌ ପଡ଼ିଥିବା ପରିବାରକୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତିି ଯୋଜନାରେ ପଲ୍ଲିସଭା ଓ ଗ୍ରାମସଭାରେ ସୁପାରିସ କରାଯାଇ ଯୋଜନାରେ ସାମିଲ କରାଯାଇପାରିବ ବୋଲି ସୂଚନା ଦିଆଯାଇଛି। ଜିଲାରେ ବନ୍ତ ବ୍ଲକ ସ୍ବଚ୍ଛ ଭାରତ ଯୋଜନାରେ ପ୍ରଥମ ହୋଇଥିବା ବେଳେ ଚାନ୍ଦବାଲି ବ୍ଲକ ପଛୁଆ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri