ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ପରେଡ୍‌ରେ ଅଂଶଗ୍ରହଣ କରିବେ ୫୦ ଦଳ

ଅନୁଗୋଳ ଅଫିସ, ୧୭।୭- ଅନୁଗୋଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତଙ୍କ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଆୟୋଜନ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥାକୁ ଠିକ୍‌ ଭାବେ କରିବାକୁ ବିଭାଗୀୟ କର୍ମକର୍ତ୍ତାଙ୍କୁ ସେ ପରାମର୍ଶ ଦେଇଥିଲେ। ତେବେ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଅନୁପସ୍ଥିତ ଥିବାରୁ ଜିଲାପାଳ ବିରକ୍ତି ଭାବ ପ୍ରକାଶ କରିଥିଲେ। ସେହିପରି ସ୍ବାଧୀନତା ଦିବସ ପାଳନ ବେଳେ ବିପଦସଙ୍କୁଳ ଅବସ୍ଥାରେ ଥିବା ଷ୍ଟାଡିୟମ ଉପରକୁ ଦର୍ଶକଙ୍କୁ ଆବଶ୍ୟକ ପଡ଼ିଲେ ଛଡ଼ାଯିବ ନାହିଁ ବୋଲି ଜିଲାପାଳ କହିବା ସହ ମରାମତି କାହିଁକି କରାଯାଉନାହିଁ ବୋଲି ଜାଣିବାକୁ ଚାହିଁଥିଲେ।
ଜିଲାରେ ପ୍ରଦୂଷଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରତିଯୋଗିତାର ପ୍ରତିଯୋଗୀମାନଙ୍କୁ ପୁରସ୍କାର ସହିତ ଚାରା ପ୍ରଦାନ କରାଯିବ। ଅନୁଗୋଳ ଶିକ୍ଷା ଜିଲାରେ ଗତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଓ ସିବିଏସ୍‌ଇରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଜଣେ ଛାତ୍ରୀ ଓ ଛାତ୍ରଙ୍କୁ ପୁରସ୍କୃତ କରାଯିବ। ଅଗଷ୍ଟ ୫ରେ ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟ, ମହିଳା ମହାବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟଠାରେ ବକ୍ତୃତା ଏବଂ ଦେଶାତ୍ମବୋଧକ କଣ୍ଠସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହେବ। ୬ ତାରିଖରେ ବକ୍ତୃତା, ଦେଶାତ୍ମବୋଧକ କଣ୍ଠ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଉଚ୍ଚ ପ୍ରାଥମିକ, ପ୍ରାଥମିକ ଓ ଇଂଲିଶ ମାଧ୍ୟମସ୍ତରୀୟ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହେବ। ସେହିପରି କୌତୁକ ପୋଷାକ ଓ ଏକକ ଅଭିନୟ ପ୍ରତିଯୋଗିତା ପୌରପାଳିକା ଟାଉନ ହାଇସ୍କୁଲ ଠାରେ ଅନୁଷ୍ଠିତ ହେବ। ଅଗଷ୍ଟ ୧୧, ୧୨ ଓ ୧୩ ସକାଳ ସାଢ଼େ ସାତଟାରେ ଅନୁଗୋଳ ଷ୍ଟାଡିୟମଠାରେ ପରେଡ ଅଭ୍ୟାସ କରାଯିବ। ପ୍ରଥମ ଦିନରେ ଯେଉଁମାନେ ଅଂଶଗ୍ରହଣ ନ କରିବେ ଉକ୍ତ ଦଳକୁ ପରେଡରୁ ବାଦ୍‌ ଦିଆଯିବ। ଚଳିତ ବର୍ଷ ମାର୍ଚ୍ଚ ଫାଷ୍ଟରେ ୫୦ଟି ଦଳ ଅଂଶଗ୍ରହଣ କରିବେ। ବୈଠକ ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ବିବରଣୀ ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସାମାଜିକ କର୍ମୀ ଅନୁଷ୍ଠାନର କର୍ମକର୍ତ୍ତା ଓ ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷୟିତ୍ରୀ, ଶିକ୍ଷକ, ବିଶିଷ୍ଟ ବ୍ୟକ୍ତି, ବୁଦ୍ଧିଜୀବୀଙ୍କ ସହ ଶିଳ୍ପ ସଂସ୍ଥାର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ

ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍‌ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ...

ଧାନବିଲରେ ପଡ଼ିଛି ହାତୀର ମୃତଦେହ

ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା...

ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ...

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯:  ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି...

ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ...

କାର୍‌ ସହ କେନାଲରେ ବୁଡ଼ିଗଲେ ଯୁବକ

ଫୁଲନଖରା,୨୫।୯(ସତ୍ୟରଞ୍ଜନ ଦାସମହାପାତ୍ର):କଟକ ଜିଲା ସଦର ଥାନା ଅନ୍ତର୍ଗତ ନୂଆ କାଚରାମାଳଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍‌ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡ଼ିଥିଲା। ଏଥିରେ...

ପୂର୍ବ ଶତ୍ରୁତା, ସ୍କ୍ରାପ୍‌ ବିକ୍ରି ବିବାଦରୁ ଗଡ଼ିଥିଲା ମୁଣ୍ଡ

ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ...

ମାଡ଼ ଖାଇ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ବନ କର୍ମଚାରୀ

ଅନୁଗୋଳ,୨୦।୯: ହାତୀ ଘଉଡାଇବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ମାଡ଼ରେ ଜଣେ ବନ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ଆଉ ୨ଜଣ କର୍ମଚାରୀ ଆହତ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri