ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ପାଣି

ଭଦ୍ରକ ଅଫିସ, ୭।୭ – ଭଦ୍ରକ ଉପକଣ୍ଠ ବରପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷାପାଣି ପଶିଛି। ଏବେ ଆଣ୍ଠୁଏ ଲେଖାଏ ପାଣି ଜମି ରହିଛି। ଏହି କାରଣରୁ ସ୍ବାସ୍ଥ୍ୟସେବା ପାଇଁ ଆସୁଥିବା ରୋଗୀ ନାନା ଅସୁବିଧା ଭୋଗୁଛନ୍ତି। ଏଠାରୁ ଜଳ ନିଷ୍କାସନ ସକାଶେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହେଉଛି। ବର୍ଷାଦିନେ ସାମାନ୍ୟ ବର୍ଷା ହେଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆଉଟ୍‌ଡୋର, ଔଷଧ ବିତରଣ କେନ୍ଦ୍ର, ଡ୍ରେସିଂରୁମ, ପ୍ରତୀକ୍ଷାଳୟ, ପାଥୋଲ୍ୟାବ୍‌ ଓ ଅନ୍ୟାନ୍ୟ ବିଭାଗରେ ପାଣି ଜମି ରହୁଛି। ଫଳରେ ବର୍ଷାଦିନେ ରୋଗୀ ସେବା ଏକପ୍ରକାର ଠପ୍‌ ହୋଇଯାଉଛି। ଶନିବାର ଆମ ପ୍ରତିନିଧି ସ୍ବାସ୍ଥ୍ୟକେନ୍ଦ୍ରର ଅବସ୍ଥା ଦେଖି କେତେକ ରୋଗୀଙ୍କୁ ପଚାରିବାରୁ ଏହି ସମସ୍ୟା ଦୀର୍ଘବର୍ଷର ବୋଲି ପ୍ରତିକ୍ରିୟା ରଖିଥିଲେ। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଆଖପାଖର ଦଇସିଂ, ଗଣିଜାଙ୍ଗ, କାଉପୁର, ଓଡଙ୍ଗ, ରାମକୃଷ୍ଣପୁର, ରଁାପୁର, ଛୟାଳସିଂ, ରାନ୍ଦିଆ ଭଳି ୨୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ନିର୍ଭର କରୁଥିବା ବେଳେ ବର୍ଷାପାଣି ନିଷ୍କାସନ ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ କିମ୍ବା ପ୍ରଶାସନ ଦୃଷ୍ଟି ନ ଦେବା ପରିତାପର ବିଷୟ ବୋଲି କୁହାଯାଇଛି। ଏ ସମ୍ପର୍କରେ ମେଡିକାଲ ଅଫିସର ପ୍ରଫୁଲ୍ଲ ନନ୍ଦଙ୍କୁ ପଚାରିବାରୁ ଏଭଳି ସମସ୍ୟା ବିଷୟରେ ବହୁବାର ଜିଲା ଚିକିତ୍ସାଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

ରପ୍ତାନି ଉପରେ କଟକଣା ଲଗାଇଲା ବାଂଲାଦେଶ: ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ଲାଗିଲେ ପ୍ରଚୁର ଇଲିଶି

ଭୋଗରାଇ,୧୦।୯(ପ୍ରଦୀପ ଦାସ): ଘନଘନ ଲଘୁଚାପ ଓ ପାଗ ଅନୁକୁଳ ଥିବାରୁ ସମୁଦ୍ରରେ ଇଲିସି ଉପକୂଳ ମୁହାଁ ହେଉଛନ୍ତି। ଚଳିତ ବର୍ଷାଋତୁରେ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri